ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୮ା୫: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଇତିମଧ୍ୟରେ ଓଡ଼ିଶା ଛୁଇଁଛି। ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିବା ସୂଚନାରୁ ପ୍ରକାଶ। ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ଛୁଇଁଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ। ମୌସୁମୀ ଶୀଘ୍ର ଆସିବା ପଛରେ ଆରବ ସାଗର ଏବଂ ବଙ୍ଗୋପସାଗରରେ ଆର୍ଦ୍ରତା ବୃଦ୍ଧି ଏବଂ ସମୁଦ୍ର ତାପମାତ୍ରା ବୃଦ୍ଧି ମୁଖ୍ୟ କାରଣ। ଏଥର ଏଲ୍ ନିନୋ ନଥିବାରୁ, ଅଧିକ ବର୍ଷା ଆଶା କରାଯାଉଛି। ସାଧାରଣତଃ […] The post ଓଡ଼ିଶା ଛୁଇଁଲା ମୌସୁମୀ appeared first on Dharitri Odia News.

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୮ା୫: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଇତିମଧ୍ୟରେ ଓଡ଼ିଶା ଛୁଇଁଛି। ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିବା ସୂଚନାରୁ ପ୍ରକାଶ। ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ଛୁଇଁଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ। ମୌସୁମୀ ଶୀଘ୍ର ଆସିବା ପଛରେ ଆରବ ସାଗର ଏବଂ ବଙ୍ଗୋପସାଗରରେ ଆର୍ଦ୍ରତା ବୃଦ୍ଧି ଏବଂ ସମୁଦ୍ର ତାପମାତ୍ରା ବୃଦ୍ଧି ମୁଖ୍ୟ କାରଣ। ଏଥର ଏଲ୍ ନିନୋ ନଥିବାରୁ, ଅଧିକ ବର୍ଷା ଆଶା କରାଯାଉଛି।

ସାଧାରଣତଃ ମୌସୁମୀ ବାୟୁ କେରଳ ଛୁଇଁବାର ୧୦ରୁ ୧୨ ଦିନ ମଧ୍ୟରେ ଓଡ଼ିଶାକୁ ପ୍ରବେଶ କରିଥାଏ। ମୌସୁମୀ ଜୁନ୍‌ ପୂର୍ବରୁ ଓଡ଼ିଶାରେ ପ୍ରବେଶ କରିଛି।  କେରଳରେ ମୌସୁମୀ ଏତେ ଶୀଘ୍ର ପ୍ରବେଶ କରିବା ୧୬ ବର୍ଷ ମଧ୍ୟରେ ପ୍ରଥମ ଘଟଣା ବୋଲି କୁହାଯାଉଛି । ଶେଷଥର ପାଇଁ ୨୦୦୯ ଓ ୨୦୦୧ରେ କେରଳକୁ ଏତେ ଶୀଘ୍ର ଛୁଇଁଥିଲା ମୌସୁମୀ ବାୟୁ ।

ପାଣିପାଗ ବିଭାଗ କହିଛି ଯେ, ସାଧାରଣତଃ ମୌସୁମୀ ଜୁନ୍‌ ୧ରେ କେରଳ ଛୁଇଁଥାଏ। ଏହାପରେ ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ। ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିଛି। ମେ’ ୨୭ରେ ମୌସୁମୀ କେରଳ ଛୁଇଁଥିବାବେଳେ ଏଥର ବର୍ଷା ସ୍ବାଭାବିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି।

ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ୯୬%ରୁ ୧୦୪% ବର୍ଷା ହେବ। ଉତ୍ତର ଭାଗର ଅଧିକାଂଶ ଅଞ୍ଚଳ, ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ଭାରତୀୟ ଅଞ୍ଚଳ ଓ ଉତ୍ତର-ପଶ୍ଚିମ ଭାଗର କିଛି ସ୍ଥାନରେ ସ୍ବାଭାବିକ କିମ୍ବା ତା’ଠାରୁ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଉତ୍ତର-ପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର-ପଶ୍ଚିମର କିଛି ଅଂଶ ଓ ଦକ୍ଷିଣ-ପୂର୍ବ ଭାଗରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବ ବୋଲି ଆକଳନ କରାଯାଇଛି।
ପାଣିପାଗ ବିଭାଗ ସ୍ବାଭାବିକ ବର୍ଷା ହେବ ବୋଲି ଆକଳନ କରୁଥିଲେ ମଧ୍ୟ ଗତ କିଛି ବର୍ଷ ହେବ ମୌସୁମୀଜନିତ ବର୍ଷା ରାଜ୍ୟରୁ କମି କମି ଗଲାଣି। ତେବେ ଚଳିତ ବର୍ଷ ମୌସୁମୀର କୃପା ଦୃଷ୍ଟି ରହୁଛି କି ନାହିଁ ତାହା ପରେ ଜଣାପଡ଼ିବ।

The post ଓଡ଼ିଶା ଛୁଇଁଲା ମୌସୁମୀ appeared first on Dharitri Odia News.