ଓଡ଼ିଶା ପାଇଁ ଲୋକ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା

ଭୁବନେଶ୍ୱର,୩୦ା୩: ଓଡ଼ିଶା ପାଇଁ ବାକି ଥିବା ୩ ଲୋକ ସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)। କଟକ ପାଇଁ ଭର୍ତ୍ତୃହରି ମହତାବଙ୍କୁ ଦଳ ପ୍ରାର୍ଥୀ କରିଛି। ଯାଜପୁର ପାଇଁ ରବୀନ୍ଦ୍ର ନାରାୟଣ ବେହେରାଙ୍କ ଉପରେ ଦଳ ଭରସା କରିଛି। ସେହିଭଳି କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ଦଳ ପ୍ରାର୍ଥୀ କରିଛି। ପୂର୍ବରୁ ୧୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲା। ଆଜିର ୩କୁ ମିଶାଇ ସମସ୍ତ ୨୧ ସିଟ୍‌ ପାଇଁ ପ୍ରାର୍ଥୀ […] The post ଓଡ଼ିଶା ପାଇଁ ଲୋକ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା appeared first on Dharitri Odia News.

ଓଡ଼ିଶା ପାଇଁ ଲୋକ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା

ଭୁବନେଶ୍ୱର,୩୦ା୩: ଓଡ଼ିଶା ପାଇଁ ବାକି ଥିବା ୩ ଲୋକ ସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)। କଟକ ପାଇଁ ଭର୍ତ୍ତୃହରି ମହତାବଙ୍କୁ ଦଳ ପ୍ରାର୍ଥୀ କରିଛି। ଯାଜପୁର ପାଇଁ ରବୀନ୍ଦ୍ର ନାରାୟଣ ବେହେରାଙ୍କ ଉପରେ ଦଳ ଭରସା କରିଛି। ସେହିଭଳି କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ଦଳ ପ୍ରାର୍ଥୀ କରିଛି। ପୂର୍ବରୁ ୧୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲା। ଆଜିର ୩କୁ ମିଶାଇ ସମସ୍ତ ୨୧ ସିଟ୍‌ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା।

ପୂର୍ବରୁ ଘୋଷଣା ହୋଇଥିବା ତାଲିକାରେ ସମ୍ବଲପୁରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱରରୁ ଅପରାଜିତା ଷଡ଼ଙ୍ଗୀ, ପୁରୀରୁ ସମ୍ବିତ ପାତ୍ର,କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, ବରଗଡ଼ରୁ ପ୍ରଦୀପ ପୁରୋହିତ, କେନ୍ଦୁଝରରୁ ଅନନ୍ତ ନାୟକ, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ମୟୂରଭଞ୍ଜରୁ ନବ ଚରଣ ମାଝି, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଜଗତସିଂହପୁରରୁ ବିଭୁପ୍ରସାଦ ତରାଇ, ଆସ୍କାରୁ ଅନୀତା ଶୁଭଦର୍ଶିନୀ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ବଲାଙ୍ଗୀରରୁ ସଙ୍ଗୀତା କୁମାରୀ ସିଂ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝି, କୋରାପୁଟରୁ କାଳିରାମ ମାଝୀ ପ୍ରାର୍ଥୀ ହୋଇଛନ୍ତି ।

The post ଓଡ଼ିଶା ପାଇଁ ଲୋକ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା appeared first on Dharitri Odia News.