ଓଡ଼ିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ ୩ ସ୍ବର୍ଣ୍ଣ ପଦକ ହାସଲକାରୀ ସମ୍ମାନିତ
ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଅମଲା ଭବନଠାରେ ରବିବାର ଓଡିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଶରତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆର୍ସିସିଏଫ୍ ସନ୍ତୋଷ କୁମାର ଯୋଷୀ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଏଏସ୍ପି ଦୁର୍ଗା ଚରଣ ମିଶ୍ର, ଡାକ୍ତର ମଳୟ କୁମାର ମୁଣ୍ଡ, ଅମଲା ସଂଘର ଜିଲା ସଭାପତି ସୁକାନ୍ତ ମହାପାତ୍ର, ଧର୍ମଗଡ଼ ମହିଳା ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷା ମୂର୍ତ୍ତି […] The post ଓଡ଼ିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ ୩ ସ୍ବର୍ଣ୍ଣ ପଦକ ହାସଲକାରୀ ସମ୍ମାନିତ appeared first on Dharitri Odia News.
ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଅମଲା ଭବନଠାରେ ରବିବାର ଓଡିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଶରତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆର୍ସିସିଏଫ୍ ସନ୍ତୋଷ କୁମାର ଯୋଷୀ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଏଏସ୍ପି ଦୁର୍ଗା ଚରଣ ମିଶ୍ର, ଡାକ୍ତର ମଳୟ କୁମାର ମୁଣ୍ଡ, ଅମଲା ସଂଘର ଜିଲା ସଭାପତି ସୁକାନ୍ତ ମହାପାତ୍ର, ଧର୍ମଗଡ଼ ମହିଳା ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷା ମୂର୍ତ୍ତି ମଞ୍ଜରୀ ପଣ୍ଡା, ସଂଘ ସାଧାରଣ ସମ୍ପାଦକ ସନ୍ତୋଷ କୁମାର ପାତ୍ର ପ୍ରମୁଖ ଯୋଗଦେଇଥିଲେ। ଛତିଶଗଡ଼ ରାୟପୁରଠାରେ ଓଡିଶା ବନ ଓ ପରିବେଶ ବିଭାଗ ପକ୍ଷରୁ ଆୟୋଜିତ ୨୭ ତମ ସର୍ବଭାରତୀୟ କ୍ରୀଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବଲାଙ୍ଗୀରର ସୁଧୀର କୁମାର ତ୍ରିପାଠୀ, କଳାହାଣ୍ଡିର ପ୍ରଶାନ୍ତ କୁମାର ପଣ୍ଡା ଓ ଶିଶିର କୁମାର ପଟ୍ଟନାୟକଙ୍କୁ ସଂଘ ପକ୍ଷରୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା। ବୈଠକକୁ ଅମଲା ସଙ୍ଘର ଉପଦେଷ୍ଟା ରୂପ କେଶରୀ ଦଲେଇ ପରିଚାଳନା କରିଥିଲେ। ଏଥିରେ ବହୁ ସଂଖ୍ୟାରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବର୍ତ୍ତମାନର କର୍ମଚାରୀ ଯୋଗଦେଇଥିଲେ।
The post ଓଡ଼ିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ ୩ ସ୍ବର୍ଣ୍ଣ ପଦକ ହାସଲକାରୀ ସମ୍ମାନିତ appeared first on Dharitri Odia News.