”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି
ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ, ” ସକାଳ ୭ଟାରେ ପୁରୀରେ ଆଶ୍ଚର୍ଯ୍ୟଜନକ ଭିଡ଼ ଦେଖିଲି, ପ୍ରଭୁ ଜଗନ୍ନାଥ ଯେକୌଣସି ଲୋକର ଆଶା ପୂରଣ କରନ୍ତି ଓଡ଼ିଶାର ସୁଖ ସମୃଦ୍ଧି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶିଷ ମାଗିଲି। ଏହାପରେ ସେ ରାଜ୍ୟ ସରକାରଙ୍କ […] The post ”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି appeared first on Dharitri Odia News.
ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ, ” ସକାଳ ୭ଟାରେ ପୁରୀରେ ଆଶ୍ଚର୍ଯ୍ୟଜନକ ଭିଡ଼ ଦେଖିଲି, ପ୍ରଭୁ ଜଗନ୍ନାଥ ଯେକୌଣସି ଲୋକର ଆଶା ପୂରଣ କରନ୍ତି ଓଡ଼ିଶାର ସୁଖ ସମୃଦ୍ଧି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶିଷ ମାଗିଲି।
ଏହାପରେ ସେ ରାଜ୍ୟ ସରକାରଙ୍କ ଉପରେ ଖୁବ ବର୍ଷିଥିଲେ। ”କିଛି ନିର୍ଦ୍ଦିଷ୍ଟ ଭ୍ରଷ୍ଟାଚାରୀ ମୁଖ୍ୟମନ୍ତ୍ରୀଙ୍କ ନିବାସକୁ ପୂରା ଘେରି ରହିଛନ୍ତି, ଓଡ଼ିଶାକୁ ଡିଏମ୍ଏଫ୍ ଭାବେ ୨୬ ହଜାର କୋଟି ଟଙ୍କା ଦେଇଛୁ। କିନ୍ତୁ ବିଜେଡି ଶାସନରେ ଓଡ଼ିଶା ସଂପଦ, ସଂସ୍କୃତି ସବୁ ଅସୁରକ୍ଷିତ ଓଡ଼ିଶାର ଗରିବୀ ଦେଖି ମୋ ହୃଦୟକୁ ବହୁତ କଷ୍ଟ ହେଉଛି। ଏହି ସମୟରେ ମୋଦି ନରମ କଣ୍ଠରେ କହିଥିଲେ ମୋ ଓଡ଼ିଶାକୁ କିଏ ଏମିତି ବରବାଦ କରିଦେଲା। ”
ଏହାପରେ ସେ ”ଓଡ଼ିଶା ବରବାଦୀର କାରଣ ହେଲା ବିଜେଡି ସରକାର ବୋଲି କହିଥିଲେ। ବିଜେଡି ସରକାର ପୂରା ଭ୍ରଷ୍ଟାଚାରୀଙ୍କ ଦ୍ବାରା ଘେରି ରହିଛି। ସେପଟେ ସାରା ଦେଶବାସୀ ମୋଦି ସରକାରଙ୍କୁ ୩ୟ ଥର ଆଣିବାକୁ ଚାହୁଁଛନ୍ତି, ନିର୍ବାଚନୀ ପର୍ବରେ ନବଯୁବକଙ୍କ ଉତ୍ସାହ ସର୍ବତ୍ର ଦେଖିବାକୁ ମିଳୁଛି। ତେଣୁ ଓଡ଼ିଶାରେ ପ୍ରଥମ ଥର ଡବଲ ଇଞ୍ଜିନ ସରକାର ଆସିବାକୁ ଯାଉଥିବା ସେ କହିଥିଲେ।”
ସେହିପରି ସେ କହିଥିଲେ, ”ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ, ଗଲା ୬ ବର୍ଷ ହେଲାଣି ରତ୍ନଭଣ୍ଡାର ଚାବିର ପତ୍ତା ମିଳୁନି। ଆମ ଘରର ଚାବି ହଜିଲେ ଆମେ ପ୍ରଭୁ ଜଗନ୍ନାଥଙ୍କୁ ଡାକୁ, ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ଆମ ଘର ଚାବି ମିଳିଯାଏ ୬ ବର୍ଷ ହେଲାଣି କିନ୍ତୁ ରତ୍ନଭଣ୍ଡାର ଚାବି ମିଳୁନାହିଁ। ଏହା ପଛରେ ମୁଖ୍ୟମନ୍ତ୍ରୀଙ୍କୁ ଘେରି ରହିଥିବା ଲୋକ ଦାୟୀ। ତେବେ ଯାଞ୍ଚ ରିପୋର୍ଟରେ କଣ ଥିଲା, କେଉଁ କାରଣରୁ ବିଜେଡି ସରକାର ରିପୋର୍ଟ ଲୁଚାଇ ରଖିଛନ୍ତି, ବିଜେଡିର ଚୁପ୍ ରହିବା ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ତେବେ ଓଡ଼ିଶାରେ ବିଜେପି ସରକାର ଆସିବା କ୍ଷଣି କ୍ଷିର-ପାଣି ଅଲଗା ହେବ, ଭାଜପା ସରକାର ଯାଞ୍ଚ ରିପୋର୍ଟକୁ ସାର୍ବଜନୀନ କରିବ।
The post ”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି appeared first on Dharitri Odia News.