ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍ରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ମନା
ଭୁବନେଶ୍ୱର,୩୦।୭: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍ଗୁଡ଼ିକରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି। ଚିଠି ଅନୁସାରେ, ସରକାରୀ ବୈଠକ, ସଭା, ସମିତି ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଜାତୀୟ ସାମଗ୍ରୀ […] The post ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍ରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ମନା appeared first on Dharitri Odia News.
ଭୁବନେଶ୍ୱର,୩୦।୭: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍ଗୁଡ଼ିକରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି।
ଚିଠି ଅନୁସାରେ, ସରକାରୀ ବୈଠକ, ସଭା, ସମିତି ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଜାତୀୟ ସାମଗ୍ରୀ ଯଥା ପ୍ଲାଷ୍ଟିକ ଜରି ଲାଗିଥିବା ଫୁଲତୋଡ଼ା, ପ୍ଲାଷ୍ଟିକ ଉପହାର, ଖାଦ୍ୟ ପୁଡ଼ିଆ, ପ୍ଲେଟ୍ ଆଦି ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। ଏହା ସହିତ, ସରକାରୀ ଅଫିସ୍ଗୁଡ଼ିକରେ ପ୍ଲାଷ୍ଟିକ ବୋତଲ ବ୍ୟବହାର ବନ୍ଦ କରି ବିକଳ୍ପ ଭାବେ କାଚ, ଷ୍ଟିଲ କିମ୍ବା ଅନ୍ୟ ପରିବେଶ ଅନୁକୂଳ ସାମଗ୍ରୀ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ନିଷ୍ପତ୍ତି ରାଜ୍ୟରେ ପ୍ଲାଷ୍ଟିକ ଦୂଷଣ ହ୍ରାସ କରିବା ଏବଂ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ନିଆଯାଇଛି। ଓଡ଼ିଶା ସରକାର ପୂର୍ବରୁ ମଧ୍ୟ ୨୦୧୮ରେ ସହରାଞ୍ଚଳରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲଗାଇଥିଲେ, ଏବଂ ଏବେ ଏହି ନିର୍ଦ୍ଦେଶ ସରକାରୀ ଅଫିସ୍ଗୁଡ଼ିକରେ କଡ଼ାକଡ଼ି ପାଳନ ପାଇଁ ଜୋର ଦିଆଯାଇଛି।
The post ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍ରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ମନା appeared first on Dharitri Odia News.