ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ନକ୍ସଲ ଏନକାଉଣ୍ଟର : ଟଳିଲେ ୨ ମାଓବାଦୀ
ନନ୍ଦିଘୋଷ ବ୍ୟୁରୋ: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ନକ୍ସଲ ଏନକାଉଣ୍ଟର। ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ମୁହାଁମୁହିଁ ହୋଇଥିଲେ ନକ୍ସଲ ଓ... The post ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ନକ୍ସଲ ଏନକାଉଣ୍ଟର : ଟଳିଲେ ୨ ମାଓବାଦୀ appeared first on .
ନନ୍ଦିଘୋଷ ବ୍ୟୁରୋ: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ନକ୍ସଲ ଏନକାଉଣ୍ଟର। ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ମୁହାଁମୁହିଁ ହୋଇଥିଲେ ନକ୍ସଲ ଓ ସୁରକ୍ଷାକର୍ମୀ। ଏଥିରେ ଦୁଇ ଜଣ ମହିଳା ନକ୍ସଲ ନିହତ ହୋଇଛନ୍ତି। ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ମାଓବାଦୀଙ୍କ ଉପସ୍ଥିତି ସୂଚନା ପାଇ କମ୍ବିଂ ଅପରେସନ ଆରମ୍ଭ କରିଥିଲେ ଯବାନ। ସୁରକ୍ଷାକର୍ମୀଙ୍କ ଏକ ମିଳିତ ଦଳ ନକ୍ସଲ ବିରୋଧୀ ଅପରେସନରେ ବାହାରିଥିବା ବେଳେ ଅବୁଝମାଡ ଜଙ୍ଗଲରେ ଗୁଳି ବିନିମୟ ହୋଇଥିଲା। ଏବେବି ଗୁଳି ବିନିମୟ ଜାରି ରହିଛି ବୋଲି ଜଣାପଡ଼ିଛି ।
The post ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ନକ୍ସଲ ଏନକାଉଣ୍ଟର : ଟଳିଲେ ୨ ମାଓବାଦୀ appeared first on .