ଓଡ଼ିଶାକୁ ଜଳଶକ୍ତି ପୁରସ୍କାର

ନନ୍ଦିଘୋଷ ବ୍ୟୁରୋ: ଘୋଷଣା ହୋଇଛି ପଞ୍ଚମ ଜାତୀୟ ଜଳ ଶକ୍ତି ପୁରସ୍କାର। ଶ୍ରେଷ୍ଠ ରାଜ୍ୟ ବର୍ଗରେ ପ୍ରଥମ ସ୍ଥାନ ହାସଲ... The post ଓଡ଼ିଶାକୁ ଜଳଶକ୍ତି ପୁରସ୍କାର appeared first on .

ଓଡ଼ିଶାକୁ ଜଳଶକ୍ତି ପୁରସ୍କାର

ନନ୍ଦିଘୋଷ ବ୍ୟୁରୋ: ଘୋଷଣା ହୋଇଛି ପଞ୍ଚମ ଜାତୀୟ ଜଳ ଶକ୍ତି ପୁରସ୍କାର। ଶ୍ରେଷ୍ଠ ରାଜ୍ୟ ବର୍ଗରେ ପ୍ରଥମ ସ୍ଥାନ ହାସଲ କରିଛି ଓଡ଼ିଶା। ଉତ୍ତରପ୍ରଦେଶ ଦ୍ବିତୀୟ ଏବଂ ଗୁଜରାଟ ଓ ପୁଡୁଚେରୀ ମିଳିତ ଭାବେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ପ୍ରତ୍ୟେକ ପୁରସ୍କାର ବିଜେତାଙ୍କୁ ପ୍ରଶଂସାପତ୍ର ଓ ଟ୍ରଫି ସହ ନିର୍ଦ୍ଦିଷ୍ଟ ବର୍ଗରେ ନଗଦ ପୁରସ୍କାର ପ୍ରଦାନ କରାଯିବ। ଜଳଶକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା ଜଳ ସମ୍ପଦ, ନଦୀ ଉନ୍ନୟନ ଏବଂ ଗଙ୍ଗା ପୁନରୁଦ୍ଧାର ବିଭାଗ ଶ୍ରେଷ୍ଠ ରାଜ୍ୟ, ଶ୍ରେଷ୍ଠ ଜିଲ୍ଲା, ଶ୍ରେଷ୍ଠ ଗ୍ରାମ ପଞ୍ଚାୟତ, ଶ୍ରେଷ୍ଠ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା, ଶ୍ରେଷ୍ଠ ବିଦ୍ୟାଳୟ କିମ୍ବା ମହାବିଦ୍ୟାଳୟ ଭଳି ୯ଟି ବର୍ଗର ପଞ୍ଚମ ଜାତୀୟ ଜଳ ପୁରସ୍କାର ପାଇଁ ଯୁଗ୍ମ ବିଜେତାଙ୍କ ସମେତ ୩୮ ଜଣ ବିଜେତାଙ୍କ ନାମ ଘୋଷଣା ହୋଇଛି। ଆସନ୍ତା ୨୨ ତାରିଖରେ ଏହି ପୁରସ୍କାର ପ୍ରଦାନ କରାଯିବ।

The post ଓଡ଼ିଶାକୁ ଜଳଶକ୍ତି ପୁରସ୍କାର appeared first on .