ଓଡ଼ିଶାକୁ ଫେରିଲା କରୋନା, ପ୍ରଥମ ଆକ୍ରାନ୍ତ ଭୁବନେଶ୍ୱରର ଫେରିଥିଲେ ରାଜଧାନୀରୁ

ଭୁବନେଶ୍ୱର ୨୨/୦୫: ପୁଣି ଓଡିଶାକୁ ଫେରିଛି କରୋନା । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ  ହୋମ୍ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି । ଓଡିଶାକୁ କରୋନାର ନୂଆ ମାମଲା ସାମନାକୁ ଆସିବା ପରେ ରାଜ୍ୟବାସୀଙ୍କ ମଧ୍ୟରେ ଛନକା ପଶିଛି । ସୂଚନାଯୋଗ୍ୟ, ଦକ୍ଷିଣ ଏସିଆର ଚୀନ ଓ ସିଙ୍ଗାପୁରରେ କୋଭିଡ୍‌-୧୯ କାୟା ବିସ୍ତାର କରିଥିବା ବେଳେ ଭାରତକୁ ମଧ୍ୟ ବ୍ୟାପିଛି ସଂକ୍ରମଣ । କୋଭିଡ-୧୯ରେ ସଂକ୍ରମିତ ହୋଇ ମୁମ୍ବାଇରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଭାରତରେ ୨୫୭  କୋଭିଡ୍‌ ଆକ୍ରନ୍ତ ଚିହ୍ନଟ କରାଯାଇଥିବା ବେଳେ  ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଏବେ ଚିନ୍ତାର କାରଣ ପାଲଟିଛି। 

ଓଡ଼ିଶାକୁ ଫେରିଲା କରୋନା, ପ୍ରଥମ ଆକ୍ରାନ୍ତ ଭୁବନେଶ୍ୱରର ଫେରିଥିଲେ ରାଜଧାନୀରୁ

ଭୁବନେଶ୍ୱର ୨୨/୦୫: ପୁଣି ଓଡିଶାକୁ ଫେରିଛି କରୋନା । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ  ହୋମ୍ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି । ଓଡିଶାକୁ କରୋନାର ନୂଆ ମାମଲା ସାମନାକୁ ଆସିବା ପରେ ରାଜ୍ୟବାସୀଙ୍କ ମଧ୍ୟରେ ଛନକା ପଶିଛି । 


ସୂଚନାଯୋଗ୍ୟ, ଦକ୍ଷିଣ ଏସିଆର ଚୀନ ଓ ସିଙ୍ଗାପୁରରେ କୋଭିଡ୍‌-୧୯ କାୟା ବିସ୍ତାର କରିଥିବା ବେଳେ ଭାରତକୁ ମଧ୍ୟ ବ୍ୟାପିଛି ସଂକ୍ରମଣ । କୋଭିଡ-୧୯ରେ ସଂକ୍ରମିତ ହୋଇ ମୁମ୍ବାଇରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଭାରତରେ ୨୫୭  କୋଭିଡ୍‌ ଆକ୍ରନ୍ତ ଚିହ୍ନଟ କରାଯାଇଥିବା ବେଳେ  ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଏବେ ଚିନ୍ତାର କାରଣ ପାଲଟିଛି।