ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା
ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ ବର୍ଷିଛନ୍ତି। ଶାହା କହିଛନ୍ତି, ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତି। ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି। ଓଡ଼ିଶାର ଶାସନ ଓଡ଼ିଶାର ସନ୍ତାନ ହିଁ କରିବେ। କଥା ଦେଉଛି, ଭାଜପା ସରକାରରେ ଓଡ଼ିଶା ପାଇଁ ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଦେବୁ। ନବୀନ ସରକାର, ଖାଲି ଅଖାର ସରକାର। […] The post ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା appeared first on Dharitri Odia News.
ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ ବର୍ଷିଛନ୍ତି। ଶାହା କହିଛନ୍ତି, ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତି। ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି। ଓଡ଼ିଶାର ଶାସନ ଓଡ଼ିଶାର ସନ୍ତାନ ହିଁ କରିବେ।
କଥା ଦେଉଛି, ଭାଜପା ସରକାରରେ ଓଡ଼ିଶା ପାଇଁ ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଦେବୁ। ନବୀନ ସରକାର, ଖାଲି ଅଖାର ସରକାର। ମୋଦି ଚାଉଳ ଦେଉଛନ୍ତି, ନବୀନ ବାବୁ ଫଟୋ ଲଗା ଅଖା ଦେଉଛନ୍ତି। ଖାଲି ଅଖାରେ ପେଟ ପୁରେନି, ଯଦି ଦେବା କଥା ଚାଉଳ ଦିଅନ୍ତୁ।
ରତ୍ନଭଣ୍ଡାର ଚାବି ହଜିଲାଣି, ନକଲି ଚାବି ବାହାରିଲାଣି। ଭାଜପା ସରକାର ଆସିଲେ ରତ୍ନଭଣ୍ଡାର ହିସାବ ଖୁଲାସା ହେବ। ରତ୍ନ ଭଣ୍ଡାର ରିପୋର୍ଟକୁ ଭାଜପା ଆସିଲେ ସାର୍ବଜନୀନ କରିବ।
ପାଞ୍ଚ ପର୍ଯ୍ୟାୟ ନିର୍ବାଚନ ସରିଗଲାଣି, ମୋଦି ୩ ଶହ ପାର୍ କରିଗଲେଣି। ସାତ ପର୍ଯ୍ୟାୟ ପରେ ୪ଶହ ପାର୍ ହୋଇଯାଇଥିବ। ଓଡ଼ିଶାକୁ କେବଳ ୪ ଶହ ପାର୍ ନୁହେଁ, ଏଠାରେ ବି ପଦ୍ମ ଫୁଟିବା ଦରକାର। ଓଡ଼ିଶାର କଳା, ସଂସ୍କୃତିର ସୁରକ୍ଷା ପାଇଁ ଭାଜପା ସରକାର ଦରକାର।
The post ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା appeared first on Dharitri Odia News.