ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଆୟୁଷ୍ମାନ ଭାରତରେ ସାମିଲ୍ କରିଛନ୍ତି। ପୂର୍ବରୁ ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ କି “ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଖୁବଶୀଘ୍ର ଲାଗୁ ହେବାକୁ ଯାଉଛି । ଏବେ ଡାଟା କାମ ଚାଲିଛି । […] The post ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.
ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଆୟୁଷ୍ମାନ ଭାରତରେ ସାମିଲ୍ କରିଛନ୍ତି।
ପୂର୍ବରୁ ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ କି “ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଖୁବଶୀଘ୍ର ଲାଗୁ ହେବାକୁ ଯାଉଛି । ଏବେ ଡାଟା କାମ ଚାଲିଛି । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଲାଗୁ ହେବ । ନିର୍ଦ୍ଦିଷ୍ଟ ଭାବରେ ୧ କୋଟି ପରିବାରର ପ୍ରାୟ ୩ କୋଟି ୫୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ କାର୍ଡ ମିଳିବ । ଏହା ସାରା ଭାରତ ବର୍ଷରେ ପାଖାପାଖି ୨୭ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ହେବ। ଲୋକ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇବେ । ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କ ମଧ୍ୟ ଏହି ସ୍ୱାସ୍ଥ୍ୟବୀମା ସୁବିଧା ମିଳିବ । ଏହା ଏକ କମନ୍ କାର୍ଡ ହେବ ।”
ସ୍ବାସ୍ଥ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ କି, “ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ୬୭ ଲକ୍ଷ ପରିବାର ସାମିଲ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅଧୀନରେ ବଳକା ୩୩ ଲକ୍ଷ ପରିବାର ସ୍ଵାସ୍ଥ୍ୟ ବୀମାରେ ସାମିଲ ହେବେ । ପୁରୁଣା ସ୍ୱାସ୍ଥ୍ୟ କାର୍ଡରେ କେବଳ ୯୫୦ଟି ହସ୍ପିଟାଲ ସହ ଅନୁବନ୍ଧିତ ଥିଲା । ସାରା ଭାରତବର୍ଷରେ ଚାଲୁ ନଥିଲା । ନୂଆ ସ୍ୱାସ୍ଥ୍ୟକାର୍ଡରେ ୨୭ ହଜାରରୁ ଅଧିକ ହସ୍ପିଟାଲରେ କ୍ୟାସଲେସ ଚିକିତ୍ସା ଉପଲବ୍ଧ ହେବ । ଦାଦନ ଶ୍ରମିକ, ଯେଉଁମାନେ ରାଜ୍ୟ ବାହାରେ ରହି କାମ କରୁଛନ୍ତି ସେମାନେ ମଧ୍ୟ ଏହି ଆୟୁଷ୍ମାନ ଭାରତ- ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା କାର୍ଡରେ ଲାଭବାନ ହେବେ ।”
The post ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.