ଓଡ଼ିଶାରେ ଆରମ୍ଭ ହେଲା ମୋହନ ସରକାର, ଶପଥ ନେଲେ ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ୧୩ ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରେ ଆରମ୍ଭ ହେଲା ମୋହନ ଯୁଗ । ଓଡ଼ିଶାର ପଞ୍ଚଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ଏହାସହ ଓଡ଼ିଶାରେ ପ୍ରଥମ ଥର ଆରମ୍ଭ ହୋଇଛି ବିଜେପି ଶାସନ । ଭୁବନେଶ୍ୱରର ଜନତା ମୈଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ରଘୁବର ଦାସ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହାସହ ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଉପସ୍ଥିତ ଥିଲେ । ସେହିପରି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ୍ ଶର୍ମା, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ ଉପସ୍ଥିତ ରହିଥିଲେ । ସେହିପରି ଓଡ଼ିଶାର ତିନି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଏବଂ ଅଶ୍ୱିନୀ
ଭୁବନେଶ୍ୱର: ଓଡ଼ିଶାରେ ଆରମ୍ଭ ହେଲା ମୋହନ ଯୁଗ । ଓଡ଼ିଶାର ପଞ୍ଚଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ଏହାସହ ଓଡ଼ିଶାରେ ପ୍ରଥମ ଥର ଆରମ୍ଭ ହୋଇଛି ବିଜେପି ଶାସନ । ଭୁବନେଶ୍ୱରର ଜନତା ମୈଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ରଘୁବର ଦାସ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହାସହ ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଉପସ୍ଥିତ ଥିଲେ । ସେହିପରି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ୍ ଶର୍ମା, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ ଉପସ୍ଥିତ ରହିଥିଲେ । ସେହିପରି ଓଡ଼ିଶାର ତିନି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଏବଂ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଉପସ୍ଥିତ ରହିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିମନ୍ତ୍ରଣ ରକ୍ଷା କରି ଶପଥ ଗ୍ରହଣ ଉତ୍ସହରେ ଯୋଗ ଦେଇଥିଲେ ।

ମୋହନ ମାଝୀଙ୍କ ସହ ୮ ଜଣ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏହାସହ ୫ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଭାବେ ଶପଥ ଗ୍ରହଣ କରିଛନ୍ତି । କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଥିବା ୮ ଜଣଙ୍କ ମଧ୍ୟରେ ସୁରେଶ ପୂଜାରୀ (ବ୍ରଜରାଜନଗର), ରବି ନାରାୟଣ ନାୟକ (କୁଚିଣ୍ଡା), ନିତ୍ୟାନନ୍ଦ ଗଣ୍ଡ (ଉମରକୋଟ), କୃଷ୍ଣ ଚନ୍ଦ୍ର ପାତ୍ର (ଢେଙ୍କାନାଳ), ପୃଥ୍ୱୀରାଜ ହରିଚନ୍ଦନ (ଚିଲିକା), ମୁକେଶ ମହାଲଙ୍ଗ (ଲୋଇସିଂହା),ବିଭୂତି ଜେନା (ଗୋପାଳପୁର), ଡ.କୃଷ୍ଣ ଚନ୍ଦ୍ର ମହାପାତ୍ର (ମୋରଡ଼ା) ସାମିଲ ଅଛନ୍ତି ।
ଏହାସହ ଶପଥ ନେଇଥିବା ୫ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱତନ୍ତ୍ର ପ୍ରଭାରୀ)ଙ୍କ ମଧ୍ୟରେ ଗଣେଶ ରାମ ସିଂଖୁଣ୍ଟିଆ (ଯଶୀପୁର), ପ୍ରଦୀପ ବଳସାମନ୍ତ (ସୁକିନ୍ଦା), ସମ୍ପଦ ସ୍ୱାଇଁ (ପାରାଦୀପ), ସୂରଜ ସୂର୍ଯ୍ୟବଂଶୀ (ଧାମନଗର), ଗୋକୁଳା ନନ୍ଦ ମଲ୍ଲିକ (ପୋଲସରା) ପଦ ଏବଂ ଗୋପନୀୟତାର ଶପଥ ନେଇଛନ୍ତି ।