ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା ବେଳେ ଜୟ ଶ୍ରୀରାମ ମଧ୍ୟ କହିଛନ୍ତି। ସେ କହିଛନ୍ତି, ପ୍ରଭୁ ରାମଲାଲାଙ୍କ ମନ୍ଦିର ମୋଦି ନିର୍ମାଣ କରିନାହାନ୍ତି, ଆପଣମାନଙ୍କ ଭୋଟ୍‌ ନିର୍ମାଣ କରିଛି। ଜଗନ୍ନାଥ ଭୂମିକୁ ଆପଣମାନଙ୍କ ଆଶୀର୍ବାଦ ପାଇଁ ଆସିଛି। ଏହା ପରେ […] The post ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି appeared first on Dharitri Odia News.

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା ବେଳେ ଜୟ ଶ୍ରୀରାମ ମଧ୍ୟ କହିଛନ୍ତି। ସେ କହିଛନ୍ତି, ପ୍ରଭୁ ରାମଲାଲାଙ୍କ ମନ୍ଦିର ମୋଦି ନିର୍ମାଣ କରିନାହାନ୍ତି, ଆପଣମାନଙ୍କ ଭୋଟ୍‌ ନିର୍ମାଣ କରିଛି। ଜଗନ୍ନାଥ ଭୂମିକୁ ଆପଣମାନଙ୍କ ଆଶୀର୍ବାଦ ପାଇଁ ଆସିଛି। ଏହା ପରେ ମୋଦି କହିଛନ୍ତି, ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ହେବ। ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ଅଛି। ଭାଜପା ସରକାର ଏଥର ଗଠନ ହେବ। ଜୁନ୍‌ ୧୦ରେ ଓଡ଼ିଶାରେ ଏଥର ଭାଜପା ମୁଖ୍ୟମନ୍ତ୍ରୀ ହେବେ। ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା ଧନୀ, ମାତ୍ର ଓଡ଼ିଶାର ଲୋକମାନେ ଗରିବ।

ପ୍ରଧାନମନ୍ତ୍ରୀଙ୍କ ସହ ସଭାମଞ୍ଚରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ମଧ୍ୟ ଉପସ୍ଥିତ ଅଛନ୍ତି।

The post ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି appeared first on Dharitri Odia News.