ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
ଭୁବନେଶ୍ୱର,୭ା୧୨(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି(ସିସିଇଏ) ବୈଠକରେ ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଅନୁମୋଦନ ମିଳିଛି। ଏଥିମଧ୍ୟରେ ଓଡ଼ିଶାର ୮ଟି କେନ୍ଦ୍ରୀୟ ବିଦ୍ୟାଳୟ ରହିଛି। ସମ୍ବଲପୁର ଜିଲାର କୁଚିଣ୍ଡା, ଅନୁଗୋଳ ଜିଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲାର ଜୟପୁର, ବଲାଙ୍ଗୀର ଜିଲାର ରେଲ୍ୱେ ଟିଟିଲାଗଡ଼ […] The post ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ appeared first on Dharitri Odia News.
ଭୁବନେଶ୍ୱର,୭ା୧୨(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି(ସିସିଇଏ) ବୈଠକରେ ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଅନୁମୋଦନ ମିଳିଛି। ଏଥିମଧ୍ୟରେ ଓଡ଼ିଶାର ୮ଟି କେନ୍ଦ୍ରୀୟ ବିଦ୍ୟାଳୟ ରହିଛି। ସମ୍ବଲପୁର ଜିଲାର କୁଚିଣ୍ଡା, ଅନୁଗୋଳ ଜିଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲାର ଜୟପୁର, ବଲାଙ୍ଗୀର ଜିଲାର ରେଲ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ହେବ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏଥିସହ ଧର୍ମେନ୍ଦ୍ର କହିଛନ୍ତି, ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟଗୁଡିକୁ ମଞ୍ଜୁର ପ୍ରଦାନ କରାଯାଇଛି। ଆଗାମୀ ଦିନରେ ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ସମ୍ପ୍ରସାରଣ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହାଦ୍ୱାରା ଏକବିଂଶ ଶତାବ୍ଦୀର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ। ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ। ବିଶେଷ ଭାବରେ ଅନୁସୂତିତ ଜାତି, ଜନଜାତି ଓ ପଛୁଆବର୍ଗର ଛାତ୍ରୀଛାତ୍ର ଉପକୃତ ହୋଇପାରିବେ। ସେହିପରି ଛାତ୍ରୀଛାତ୍ରଙ୍କ ମାନସିକ, ଶାରୀରିକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ। ସ୍ଥାନୀୟ ଅଞ୍ଚଳରେ ବହୁ ନିଯୁକ୍ତି ସୃଷ୍ଟି ହେବ ବୋଲି ଆଶା କରାଯାଉଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି।
The post ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ appeared first on Dharitri Odia News.