ଓଡ଼ିଶାରେ ହେବ ପ୍ରବାସୀ ଭାରତୀୟ ଦିବସ, ତିନି ଦିନ ଧରି ଚାଲିବ କାର୍ଯ୍ୟକ୍ରମ
ଭୁବନେଶ୍ୱର ୨୦।୧୦ : ୨୦୨୫ ଜାନୁଆରୀ ୮ରୁ ୧୦ ପର୍ଯ୍ୟନ୍ତ ୩ଦିନ ଧରି ଓଡ଼ିଶାରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ।ଏହି ସମାବେଶର ଆୟୋଜନ ପାଇଁ ଭାରତ ସରକାରଙ୍କ ବିଦେଶ ମନ୍ତ୍ରାଳୟ ତରଫରୁ ଦିଆଯାଇଥିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ତେବେ ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନେ ଯୋଗ ଦେବେ। ସମାରୋହର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ପ୍ରବାସୀ ଭାରତୀୟ ଦିବସ ଆୟୋଜନ ଭାରତ ସରକାରଙ୍କ ଏକ ପ୍ରମୁଖ କାର୍ଯ୍ୟକ୍ରମ। ଭାରତର ବିକାଶରେ ପ୍ରବାସୀ ଭାରତୀୟଙ୍କ ଅବଦାନକୁ ସ୍ବୀକୃତି ଦେବା ଏହାର ଉଦେଶ୍ୟ । ୧୯୧୫ ମସିହା ଜାନୁଆରି ୯ ତାରିଖରେ ଜାତିର ଜନକ ମହାତ୍ମାଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ଭାରତକୁ ଫେରିଥିବା ସ୍ମୃତିରେ ପ୍ରବାସୀ ଭାରତୀୟ ଦିବସ ପ୍ରତିବର୍ଷ ପାଳନ କରାଯାଇଥାଏ । ଅଦ୍ୟାବଧି ୧୭ ଥର ଦେଶର ବିଭିନ୍ନ ରାଜ୍ୟରେ ପ୍ରବାସୀ ଭାରତୀୟ ଦିବସ ପାଳନ ହୋଇଥିବା ବେଳେ ଏଥର ଓଡ଼ିଶାରେ ପାଳନ କରାଯିବ । ଭୁବନେଶ୍ବର ଜନତା ମଇଦାନରେ ସମାବେଶର ଆୟୋଜନ ହେବ ।
ଭୁବନେଶ୍ୱର ୨୦।୧୦ : ୨୦୨୫ ଜାନୁଆରୀ ୮ରୁ ୧୦ ପର୍ଯ୍ୟନ୍ତ ୩ଦିନ ଧରି ଓଡ଼ିଶାରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ।ଏହି ସମାବେଶର ଆୟୋଜନ ପାଇଁ ଭାରତ ସରକାରଙ୍କ ବିଦେଶ ମନ୍ତ୍ରାଳୟ ତରଫରୁ ଦିଆଯାଇଥିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ତେବେ ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନେ ଯୋଗ ଦେବେ। ସମାରୋହର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ପ୍ରବାସୀ ଭାରତୀୟ ଦିବସ ଆୟୋଜନ ଭାରତ ସରକାରଙ୍କ ଏକ ପ୍ରମୁଖ କାର୍ଯ୍ୟକ୍ରମ। ଭାରତର ବିକାଶରେ ପ୍ରବାସୀ ଭାରତୀୟଙ୍କ ଅବଦାନକୁ ସ୍ବୀକୃତି ଦେବା ଏହାର ଉଦେଶ୍ୟ । ୧୯୧୫ ମସିହା ଜାନୁଆରି ୯ ତାରିଖରେ ଜାତିର ଜନକ ମହାତ୍ମାଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ଭାରତକୁ ଫେରିଥିବା ସ୍ମୃତିରେ ପ୍ରବାସୀ ଭାରତୀୟ ଦିବସ ପ୍ରତିବର୍ଷ ପାଳନ କରାଯାଇଥାଏ । ଅଦ୍ୟାବଧି ୧୭ ଥର ଦେଶର ବିଭିନ୍ନ ରାଜ୍ୟରେ ପ୍ରବାସୀ ଭାରତୀୟ ଦିବସ ପାଳନ ହୋଇଥିବା ବେଳେ ଏଥର ଓଡ଼ିଶାରେ ପାଳନ କରାଯିବ । ଭୁବନେଶ୍ବର ଜନତା ମଇଦାନରେ ସମାବେଶର ଆୟୋଜନ ହେବ ।