ଓଡିଶା ଆଦର୍ଶ ବିଦ୍ୟାଳୟ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରଥପୁରରେ ଆନ୍ତର୍ଜାତୀୟ ଯୋଗ ଦିବସ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଜେନାଙ୍କ ପୌରୋହିତ୍ୟରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଓଡ଼ିଆ ଶିକ୍ଷକ ଜଳଦେବ ବେରିହା ଯୋଗାଭ୍ୟାସ କରାଇଥିବା ବେଳେ ନରେନ୍ଦ୍ର ବାରିକ ପରିଚାଳନା କରିଥିଲେ । କ୍ରିଡ଼ା ଶିକ୍ଷୟିତ୍ରୀ ଶାନ୍ତା ସମତା ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନା କରିବାରେ ସହଯୋଗ କରିଥିଲେ । ହେମନ୍ତ ନାରାୟଣ ସିଂହଦେଓ ଯୋଗର […] The post ଓଡିଶା ଆଦର୍ଶ ବିଦ୍ୟାଳୟ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ appeared first on Odisha.News.

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରଥପୁରରେ ଆନ୍ତର୍ଜାତୀୟ ଯୋଗ ଦିବସ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଜେନାଙ୍କ ପୌରୋହିତ୍ୟରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଓଡ଼ିଆ ଶିକ୍ଷକ ଜଳଦେବ ବେରିହା ଯୋଗାଭ୍ୟାସ କରାଇଥିବା ବେଳେ ନରେନ୍ଦ୍ର ବାରିକ ପରିଚାଳନା କରିଥିଲେ । କ୍ରିଡ଼ା ଶିକ୍ଷୟିତ୍ରୀ ଶାନ୍ତା ସମତା ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନା କରିବାରେ ସହଯୋଗ କରିଥିଲେ । ହେମନ୍ତ ନାରାୟଣ ସିଂହଦେଓ ଯୋଗର ସଂକଳ୍ପ ପାଠ କରାଇଥିଲେ ଓ ଶେଷରେ ପ୍ରଦ୍ୟୁମ୍ନ କୁମାର ଦୀପ୍ ଧନ୍ୟବାଦ ଅର୍ପଣ କରିଥିଲେ । ସେହିପରି ଟିଠିପାଲି ଉପ୍ରା ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ ଭାବଗ୍ରାହୀ ମେହେର ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଯୋଗଗୁରୁ ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା ଯୋଗ ଶିକ୍ଷା ପ୍ରଦାନ କରିଥିଲେ।
The post ଓଡିଶା ଆଦର୍ଶ ବିଦ୍ୟାଳୟ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ appeared first on Odisha.News.