ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ ୩ଟାରେ ସେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିବେ। ଏହାସହ ଜନସଭାରେ ସେ ଉଦବୋଧନ ଦେବେ। ସ୍ଥାନୀୟ ରାମେଶ୍ୱର ଷ୍ଟାଡିୟମରେ ଶାହାଙ୍କ ନିର୍ବାଚନୀ ସଭା ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଉଚ୍ଚପଦସ୍ଥ ପୁଲିସ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିଛନ୍ତି। ଶାହା ସୋନପୁରରେ କାର୍ଯ୍ୟକ୍ରମ […] The post ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର appeared first on Dharitri Odia News.

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ ୩ଟାରେ ସେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିବେ। ଏହାସହ ଜନସଭାରେ ସେ ଉଦବୋଧନ ଦେବେ।

ସ୍ଥାନୀୟ ରାମେଶ୍ୱର ଷ୍ଟାଡିୟମରେ ଶାହାଙ୍କ ନିର୍ବାଚନୀ ସଭା ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଉଚ୍ଚପଦସ୍ଥ ପୁଲିସ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିଛନ୍ତି। ଶାହା ସୋନପୁରରେ କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଆସିବେ। ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତା ସହ ବୈଠକ କରିବେ।

ସୂଚନାଯୋଗ୍ୟ, ଅମିତ ଶାହାଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ଭାଜପାର ଶୀର୍ଷ ନେତୃତ୍ୱ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓଡିଶା ଆସିବେ।

The post ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର appeared first on Dharitri Odia News.