ଓଡିଶାରେ ପ୍ରତିଷ୍ଠା ହେବ ଜାତୀୟ ଫରେନ୍ସିକ ବିଜ୍ଞାନ ବିଶ୍ୱ ବିଦ୍ୟାଳୟର କ୍ୟାମ୍ପସ
ଭୁବନେଶ୍ୱର, (ରାଜାରାମ ଷଡ଼ଙ୍ଗୀ):ଓଡିଶାରେ ‘ନେସ୍ନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଲୋକସେବା ଭବନରେ ସାକ୍ଷାତ କରି ଏହା ଉପରେ ଆଲୋଚନା କରିଛନ୍ତି। ବଢୁଥିବା ସାଇବର କ୍ରାଇମ ପରିପ୍ରେକ୍ଷୀରେ ରାଜ୍ୟରେ ଏହିପରି ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି […] The post ଓଡିଶାରେ ପ୍ରତିଷ୍ଠା ହେବ ଜାତୀୟ ଫରେନ୍ସିକ ବିଜ୍ଞାନ ବିଶ୍ୱ ବିଦ୍ୟାଳୟର କ୍ୟାମ୍ପସ appeared first on Odisha.News.

ଭୁବନେଶ୍ୱର, (ରାଜାରାମ ଷଡ଼ଙ୍ଗୀ):ଓଡିଶାରେ ‘ନେସ୍ନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ।
ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଲୋକସେବା ଭବନରେ ସାକ୍ଷାତ କରି ଏହା ଉପରେ ଆଲୋଚନା କରିଛନ୍ତି।
ବଢୁଥିବା ସାଇବର କ୍ରାଇମ ପରିପ୍ରେକ୍ଷୀରେ ରାଜ୍ୟରେ ଏହିପରି ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ । ଅପରାଧର ତଦନ୍ତ ଓ ଅପରାଧ ରୋକିବା ଦିଗରେ ଦକ୍ଷ ବିଶେଷଜ୍ଞ ସୃଷ୍ଟି କରିବାରେ ମଧ୍ୟ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାଦ୍ବାରା ରାଜ୍ୟର ପୋଲିସ ଅଧିକାରୀ ମାନେ ସାଇବର ସିକ୍ୟୁରିଟି ଉପରେ ପ୍ରଶିକ୍ଷଣ ପାଇବାରେ ସୁବିଧା ହେବା ସହିତ ରାଜ୍ୟରେ ସାଇଣ୍ଟିଫିକ୍ ଅଫିସର ମାନଙ୍କ ଆବଶ୍ୟକତା ପୂରଣ ହେବାରେ ସହାୟକ ହେବ। ଏହାକୁ ଏକ ସେଣ୍ଟର ଅଫ ଏକ୍ସେଲେନ୍ସ ଭାବରେ ବିକଶିତ କରାଯିବ ବୋଲି ସେ କହିଥିଲେ ।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନେସ୍ନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି ଦିଲ୍ଲୀର ନିର୍ଦ୍ଦେଶିକା ଡ. ପୁରବୀ ଫୋଖରିଆଲ, ଏନ୍.ଏଫ.ଏସ୍.ୟୁ, ତ୍ରିପୁରାର ନିର୍ଦ୍ଦେଶକ ଡ. ଏଚ୍. କେ. ପ୍ରତିହାରୀ ଏବଂ ଅନ୍ୟ ବିଶେଷଜ୍ଞମାନେ ବୈଠକରେ ଆଲୋଚନାରେ ଯୋଗ ଦେଇଥିଲେ ।
ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ, ଶ୍ରୀ ୱାଇ. ବି. ଖୁରାନିଆ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ ବୋଥ୍ରା ପ୍ରମୁଖ ଉପସ୍ଥିତ ଥିଲେ ।
The post ଓଡିଶାରେ ପ୍ରତିଷ୍ଠା ହେବ ଜାତୀୟ ଫରେନ୍ସିକ ବିଜ୍ଞାନ ବିଶ୍ୱ ବିଦ୍ୟାଳୟର କ୍ୟାମ୍ପସ appeared first on Odisha.News.