ଓଡିଶାରେ ଲାଗୁହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା
ଭୁବନେଶ୍ୱର:ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ଆଜି ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଏକ ଚୁକ୍ତିନାମା (MoU) ସ୍ୱାକ୍ଷରିତ ହୋଇଛି । ଏହା ଦ୍ୱାରା ବର୍ତ୍ତମାନ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଯୋଡିହେଲା (Convergence) । ରାଜ୍ୟର 1.03 […]

ଭୁବନେଶ୍ୱର:ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ଆଜି ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଏକ ଚୁକ୍ତିନାମା (MoU) ସ୍ୱାକ୍ଷରିତ ହୋଇଛି ।
ଏହା ଦ୍ୱାରା ବର୍ତ୍ତମାନ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଯୋଡିହେଲା (Convergence) । ରାଜ୍ୟର 1.03 କୋଟି ପରିବାର ଉପକୃତ ହେବେ ଏହା ଦ୍ୱାରା ରାଜ୍ୟର 70 ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ମାନେ ମଧ୍ୟ ଚିକିତ୍ସା ସୁବିଧା ପାଇପାରିବେ। ବର୍ତ୍ତମାନ ରାଜ୍ୟରେ 23, 12, 979 ଜଣ 70 ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଅଛନ୍ତି ବୋଲି ଜଣାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ଓଡିଶାର ଲୋକ, ବିଶେଷ କରି ଗ୍ରାମାଞ୍ଚଳର ଲୋକଙ୍କ ଚିକିତ୍ସା କ୍ଷେତ୍ରରେ ଏହି ଯୋଜନା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ । ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ କାୟାକଳ୍ପ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସବୁ ଯେଉଁ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଉଛି ତାହା 2036 ସୁଦ୍ଧା ସମୃଦ୍ଧ ଓଡିଶା ଓ 2047 ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।