ଓଲଟିଲା ଯାତ୍ରୀବାହୀ ବସ୍‌: ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ରାଣୀତାଲ ରେଲୱେ ଗେଟ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡିଛି। ଫଳରେ ବସ୍‌ରେ ଥିବା ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି l ଆହତଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ଥିବାବେଳେ ୨ ଜଣ ଶିଶୁ ଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ରଘୁନାଥ ଦାମୋଦରଜୀଉ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ମଙ୍ଗଳବାର ଉଦଳାରୁ ଭଦ୍ରକ ଆସୁଥିବା […] The post ଓଲଟିଲା ଯାତ୍ରୀବାହୀ ବସ୍‌: ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ appeared first on Dharitri Odia News.

ଓଲଟିଲା ଯାତ୍ରୀବାହୀ ବସ୍‌: ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ରାଣୀତାଲ ରେଲୱେ ଗେଟ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡିଛି। ଫଳରେ ବସ୍‌ରେ ଥିବା ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି l ଆହତଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ଥିବାବେଳେ ୨ ଜଣ ଶିଶୁ ଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ରଘୁନାଥ ଦାମୋଦରଜୀଉ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ମଙ୍ଗଳବାର ଉଦଳାରୁ ଭଦ୍ରକ ଆସୁଥିବା ବେଳେ ରାଣିତାଲ ରେଲୱେ ଗେଟ୍‌ ଗୋପାଳି ଛକ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା l ଖବର ପାଇ ଅଡା ଦମକଳ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଘଟଣା ସ୍ଥଳରେ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ସମସ୍ତ ଯାତ୍ରୀ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଟାଉନ ଥାନା ଅଧିକାରୀ ଅଜୟ ସୁଦର୍ଶନ ବାଗେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

The post ଓଲଟିଲା ଯାତ୍ରୀବାହୀ ବସ୍‌: ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ appeared first on Dharitri Odia News.