ଓ୍ବାୟନାଡ ଭୂସ୍ଖଳନକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ, ସହାୟତା ରାଶି ଘୋଷଣା
ନୂଆଦିଲ୍ଲୀ,୩୦।୭: କେରଳର ୱାୟନାଡରେ ପ୍ରବଳ ବର୍ଷା ଯୋଗୁ ଅନେକ ସ୍ଥାନରେ ଭୂସ୍ଖଳନ ଘଟିଛି। ଏଥିରେ ୧୦୦ ରୁ ଅଧିକ ଲୋକ ଫସି ରହିଥିବା ଖବର ରହିଛି। ଲୋକଙ୍କୁ ବଞ୍ଚାଇବା ପାଇଁ ଏକ ବିଶାଳ ଉଦ୍ଧାର କାର୍ଯ୍ୟ ଚାଲିଛି। ଅଧିକାରୀ କହିଛନ୍ତି ଯେ ଏହି ଦୁର୍ଘଟଣାରେ ଦୁଇ ଶିଶୁଙ୍କ ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୱାୟନାଡର କିଛି ଅଂଶରେ ଭୂସ୍ଖଳନରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ […] The post ଓ୍ବାୟନାଡ ଭୂସ୍ଖଳନକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ, ସହାୟତା ରାଶି ଘୋଷଣା appeared first on Dharitri Odia News.
ନୂଆଦିଲ୍ଲୀ,୩୦।୭: କେରଳର ୱାୟନାଡରେ ପ୍ରବଳ ବର୍ଷା ଯୋଗୁ ଅନେକ ସ୍ଥାନରେ ଭୂସ୍ଖଳନ ଘଟିଛି। ଏଥିରେ ୧୦୦ ରୁ ଅଧିକ ଲୋକ ଫସି ରହିଥିବା ଖବର ରହିଛି। ଲୋକଙ୍କୁ ବଞ୍ଚାଇବା ପାଇଁ ଏକ ବିଶାଳ ଉଦ୍ଧାର କାର୍ଯ୍ୟ ଚାଲିଛି। ଅଧିକାରୀ କହିଛନ୍ତି ଯେ ଏହି ଦୁର୍ଘଟଣାରେ ଦୁଇ ଶିଶୁଙ୍କ ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି।
ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୱାୟନାଡର କିଛି ଅଂଶରେ ଭୂସ୍ଖଳନରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ।
ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଲେଖିଛନ୍ତି ଯେ ୱାୟନାଡର କିଛି ଅଞ୍ଚଳରେ ଭୂସ୍ଖଳନ ଖବର ତାଙ୍କୁ ବ୍ୟଥିତ କରିଛି। ମୋର ସମ୍ବେଦନ ସେହିମାନଙ୍କ ସହିତ ଅଛି ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ଏବଂ ଆହତମାନଙ୍କ ପାଇଁ ପ୍ରାର୍ଥନା କରୁଛନ୍ତି । ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇ ସେଠାରେ ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରର ସମସ୍ତ ସମ୍ଭାବ୍ୟ ସହାୟତା ନିଶ୍ଚିତ କରିଛନ୍ତି।
The post ଓ୍ବାୟନାଡ ଭୂସ୍ଖଳନକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ, ସହାୟତା ରାଶି ଘୋଷଣା appeared first on Dharitri Odia News.