ଓଡ଼ିଶା ପରିବହନ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର : ଆନ୍ଦୋଳନରୁ ଓହରିଲେ ପରିବହନ ଶ୍ରମିକ ସଂଘ I ଆନ୍ଦୋଳନ ପ୍ରତ୍ୟାହାର ନେଇ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟ ଶାସନ ସଚିବ ଓ ପରିବହନ ସଚିବଙ୍କ ସହ ଆଲୋଚନା ପରେ ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତ୍ତି ନିଆଯାଇଛି। ଏ ନେଇ ଆଜି ଲୋକସଭା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ଏଥିରେ ପରିବହନ ବିଭାଗର ତଥା […]

ଓଡ଼ିଶା ପରିବହନ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ
ଓଡ଼ିଶା ପରିବହନ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର : ଆନ୍ଦୋଳନରୁ ଓହରିଲେ ପରିବହନ ଶ୍ରମିକ ସଂଘ I ଆନ୍ଦୋଳନ ପ୍ରତ୍ୟାହାର ନେଇ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟ ଶାସନ ସଚିବ ଓ ପରିବହନ ସଚିବଙ୍କ ସହ ଆଲୋଚନା ପରେ ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତ୍ତି ନିଆଯାଇଛି।

ଏ ନେଇ ଆଜି ଲୋକସଭା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ଏଥିରେ ପରିବହନ ବିଭାଗର ତଥା ପ୍ରମୁଖ ଶାସନ ସଚିବ ଶ୍ରୀମତି ଉଷା ପାଢୀ, ଭୁବନେଶ୍ୱର-କଟକ ପୋଲିସ କମିଶନର ସୌମେନ୍ଦ୍ର ପ୍ରୀୟଦର୍ଶୀ, ଭୁବନେଶ୍ୱର ଡିସିପି ପ୍ରତିକ ସିଂହ ଏବଂ ଅଲ୍ ଓଡିଶା ଟ୍ରାନ୍ସପୋର୍ଟ ୱାର୍କସ ଫେଡେରେସନ ସଭାପତି ଜନାର୍ଦ୍ଦନ ପତି ପ୍ରମୁଖ ଉପସ୍ଥିତ ଥିଲେ । ବୈଠକ ପରେ ଜନାର୍ଦ୍ଦନ ପତି ଶ୍ରମିକ ସଂଘ ଆନ୍ଦୋଳନରୁ ଓହରିବା ନେଇ ନିଷ୍ପତି ନିଆଯାଇଥିବା କହିଛନ୍ତି ।

ସୂଚନାନୁସାରେ,କେନ୍ଦ୍ର ସରକାରଙ୍କ ହିଟ୍ ଆଣ୍ଡ୍ ରନ୍ ମାମଲାକୁ ବିରୋଧ କରି ଆଜି ସକାଳ ୬ଟାରୁ ଆନ୍ଦୋଳନକୁ ଓହ୍ଲାଇଥିଲା ଅଲ୍ ଓଡିଶା ଟ୍ରାନସପୋର୍ଟ ୱାର୍କର୍ସ ଫେଡେରେସନ । ଏହି ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ପକ୍ଷରୁ ଚାଳକଙ୍କୁ ୧୦ ବର୍ଷ ଜେଲ ଓ ୭ ଲକ୍ଷ ଟଙ୍କା ଜରିମାନା ବ୍ୟବସ୍ଥା କରାଯାଇଥିଲା I