ଓଡ଼ିଶାକୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ମୋଦି
ଶନିବାର ବ୍ୟତୀତ ସପ୍ତାହକୁ ୬ ଦିନ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ। ଓଡ଼ିଶା ସମେତ ଦେଶରେ ୧୦ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି।
ଓଡ଼ିଶାକୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଛି ବନ୍ଦେ ଭାରତ ଏକ୍ସପ୍ରେସ। ଏହା ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ଓ ବିଜୟନଗରମ୍ ରେ ରହିବ । ଶନିବାର ବ୍ୟତୀତ ସପ୍ତାହକୁ ୬ ଦିନ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ। ଓଡ଼ିଶା ସମେତ ଦେଶରେ ୧୦ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି।
ଅହମ୍ମଦାବାଦ ଗସ୍ତ ଅବସରରେ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବନ୍ଦେ ଭାରତ ଏକ୍ସପ୍ରେସ ସହ ୨୭୪ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ହୋଇଛି। ଅହମ୍ମଦାବାଦରେ ପତାକା ଦେଖାଇ ପ୍ରଧାନମନ୍ତ୍ରୀ ଏସବୁ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। କାର୍ଯ୍ୟକ୍ରମରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ପ୍ରମୁଖ ଉପସ୍ଥିତ ଥିଲେ।
ଅଧିକ ପଢ଼ନ୍ତୁ: ପୋଖରାନରେ ଶକ୍ତି ଦେଖାଇବ ଭାରତ