ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଛି। ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ରଘୁବର ଦାଶ ଗଭୀର ଶୋକ ବ୍ୟକ୍ତ କରିବା ସହ ଅମର ଆତ୍ମାର ସଦଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ଶ୍ରୀ ମୁରଲୀଧର […]

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ
Former Governor of Odisha Muralidhar Chandrakant Bhandare passed away

ଭୁବନେଶ୍ବର : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଛି। ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ରଘୁବର ଦାଶ ଗଭୀର ଶୋକ ବ୍ୟକ୍ତ କରିବା ସହ ଅମର ଆତ୍ମାର ସଦଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।


ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଓଡ଼ିଶାର ୪୩ତମ ରାଜ୍ୟପାଳ ରୂପେ କାର୍ୟ୍ୟନିର୍ବାହ କରିଥିଲେ। ସେ ୨୧ ଅଗଷ୍ଟ ୨୦୦୭ରୁ ୦୯ ମାର୍ଚ ୨୦୧୩ ପର୍ୟ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ସୁପ୍ରିମକୋର୍ଟରେ ଜଣେ ବରିଷ୍ଠ ଆଇନଜୀବୀ ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିଥିବା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇଥିଲେ।

ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଥିଲା । ସେ, ଭାରତକୁ ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ୱ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ ‘ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ’ ନାମକ ପୁସ୍ତକ ମଧ୍ୟ ରଚନା କରିିଥିଲେ। ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯ୍ୟ କରିଥିଲେ।