ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଶେଷରେ ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ବିଜେପି ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପୂର୍ବରୁ ବିଜେପି ପକ୍ଷରୁ ୪ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରାଯାଇଥିବା ଏହା ଦଳର ୫ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରୁ ଆସନରୁ ଲଢ଼ିବେ । ସେହିପରି ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ଲଢ଼ିବେ ବୋଲି ଦଳ ପକ୍ଷରୁ ଘୋଷଣା […]

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଶେଷରେ ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ବିଜେପି ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପୂର୍ବରୁ ବିଜେପି ପକ୍ଷରୁ ୪ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରାଯାଇଥିବା ଏହା ଦଳର ୫ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରୁ ଆସନରୁ ଲଢ଼ିବେ । ସେହିପରି ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ଲଢ଼ିବେ ବୋଲି ଦଳ ପକ୍ଷରୁ ଘୋଷଣା କରାଯାଇଛି ।
ସେହିପରି ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେଉଁଝରରୁ ଅନନ୍ତ ନାୟକ, ମୟୂରଭଞ୍ଜରୁ ନବ ଚରଣ ମାଝୀ, ବାଲେଶ୍ୱରରୁ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବଲାଙ୍ଗିରରୁ ସଙ୍ଗୀତା କୁମାରୀ ସିଂହ ଦେଓ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ଜଗତସିଂହପୁରରୁ ବିଭୁ ପ୍ରସାଦ ତରାଇ, ପୁରୀରୁ ସମ୍ବିତ ପାତ୍ର, ଆସ୍କାରୁ ଅନିତା ସୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ କୁମାର ପାଣିଗ୍ରାହୀ, କୋରାପୁଟରୁ କାଲେରାମ ମାଝୀ ଲଢ଼ିବେ ।
ଆଗାମୀ ଲୋକସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ @JPNadda ଙ୍କ ଅନୁମୋଦନକ୍ରମେ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଆଜି ୧୮ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକାର ନାଁ ଘୋଷଣା କରିଛନ୍ତି। pic.twitter.com/dGUylUSr2g
— BJP Odisha (@BJP4Odisha) March 24, 2024