କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ ; ଓଡ଼ିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୋଲିସ ବ୍ୟବସ୍ଥା
ନନ୍ଦିଘୋଷ ବ୍ୟୁରୋ : କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ Drone। କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା... The post କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ ; ଓଡ଼ିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୋଲିସ ବ୍ୟବସ୍ଥା appeared first on .
ନନ୍ଦିଘୋଷ ବ୍ୟୁରୋ : କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ Drone। କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୋଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୋଲିସ। ଖିଲାପକାରୀଙ୍କ ଉପରେ ନଜର ରଖିବା ପାଇଁ ସାଧା ପୋଷାକରେ ପୋଲିସ ମୁତୟନ ହେବେ। ଏସବୁକୁ ଡିଜିପିଙ୍କ କାର୍ଯ୍ୟାଳୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମନିଟର କରିବେ। ଗଣତାନ୍ତ୍ରିକ ଉପାୟରେ ଆନ୍ଦୋଳନ ହେଉ। କିନ୍ତୁ କୌଣସି ନେତା ବା କର୍ମୀ ଆଇନକୁ ହାତକୁ ନିଅନ୍ତୁ ନାହିଁ ବୋଲି କହିଛନ୍ତି ପୋଲିସ କମିଶନର। ଲୋକସେବା ଭବନ, ବିଧାନସଭା, ରାଜୀବ ଭବନ, ବିଭିନ୍ନ ଭିଭିଆଇପିଙ୍କ ବାସଭବନ ନିକଟରେ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ। ରେଳରୋକ ହିଂସାର ପନ୍ଥା ଆପଣାଇଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୋଲିସ କମିଶନର।
The post କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ ; ଓଡ଼ିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୋଲିସ ବ୍ୟବସ୍ଥା appeared first on .