କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଭୁବନେଶ୍ବର : କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ। ୬୬ ବର୍ଷ ବୟସରେ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର... The post କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ appeared first on .

କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଭୁବନେଶ୍ବର : କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ। ୬୬ ବର୍ଷ ବୟସରେ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ। ଦୀର୍ଘ ଦିନ ହେବ ଅସୁସ୍ଥ ଥିଲେ। ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୋଇଛି ପରଲୋକ। ୨୦୧୪ରୁ ୨୦୧୯ ବିଧାନସଭାର ସଦସ୍ୟ ଥିଲେ ଦେବେନ୍ଦ୍ର। ୧୫ତମ ବିଧାନସଭାରେ ଆଳି ନିର୍ବାଚନ ମଣ୍ଡଳୀରୁ କରିଥିଲେ ପ୍ରତିନିଧିତ୍ବ। ଅସୁସ୍ଥତା ଯୋଗୁ ୨୦୨୪ ନିର୍ବାଚନରେ କରିନଥିଲେ ପ୍ରତିଦ୍ବନ୍ଦିତା। ଆଳି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସର ପୂର୍ବତନ ସଭାପତି ବରିଷ୍ଠ କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ।

The post କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ appeared first on .