କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ, ପୈତୃକ ଗାଁରେ ହେବ ଅନ୍ତିମ ସଂସ୍କାର
ଭୁବନେଶ୍ବର : କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ। ୬୬ ବର୍ଷ ବୟସରେ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର... The post କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ, ପୈତୃକ ଗାଁରେ ହେବ ଅନ୍ତିମ ସଂସ୍କାର appeared first on .
ଭୁବନେଶ୍ବର : କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ। ୬୬ ବର୍ଷ ବୟସରେ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ ଘଟିଛି। ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲେ। ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୋଇଛି ପରଲୋକ। ୨୦୧୪ରୁ ୨୦୧୯ ବିଧାନସଭାର ସଦସ୍ୟ ଥିଲେ ଦେବେନ୍ଦ୍ର। ୧୫ତମ ବିଧାନସଭାରେ ଆଳି ନିର୍ବାଚନ ମଣ୍ଡଳୀରୁ କରିଥିଲେ ପ୍ରତିନିଧିତ୍ବ। ଅସୁସ୍ଥତା ଯୋଗୁ ୨୦୨୪ ନିର୍ବାଚନରେ କରିନଥିଲେ ପ୍ରତିଦ୍ବନ୍ଦିତା। ଆଳି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସର ପୂର୍ବତନ ସଭାପତି ବରିଷ୍ଠ କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ବହୁ ନେତା ଓ ବିଶିଷ୍ଟ ବ୍ୟକ୍ତି ହସପିଟାଲରେ ତାଙ୍କର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଆଜି ଦେବେନ୍ଦ୍ର ଶର୍ମାଙ୍କ ପାର୍ଥିବ ଶରୀରକୁ କଂଗ୍ରେସ ଭବନକୁ ନିଆଯିବ, ବିଧାନସଭାକୁ ବି ନିଆଯିବ। ପରେ ପୈତୃକ ଗାଁ ଆଳି ନିଆଯାଇ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି।
The post କଂଗ୍ରେସର ବରିଷ୍ଠ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ, ପୈତୃକ ଗାଁରେ ହେବ ଅନ୍ତିମ ସଂସ୍କାର appeared first on .