କଟକରେ ପୋଲିସ ଆଥଲେଟିକ୍ ମିଟ୍, ୪ ବର୍ଷ ପରେ ହେଉଛି ଆୟୋଜନ
କଟକ ୨୨।୦୨ : ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିଆନ୍ସିପ୍ ଶୁଭାରମ୍ଭ । କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ -୨୦୨୫ର ଶୁଭାରମ୍ଭ ହୋଇଯାଇଛି । ଯାହାର ଆରମ୍ଭ କରିଛନ୍ତି ଗୁଇନ୍ଦା ନିର୍ଦ୍ଦେଶକ ଆର୍. ପି କୋଚେ । ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା ସୃଷ୍ଟି କରିଥାଏ। ଏଭଳି ଚାମ୍ପିୟନସିପ ପୋଲିସ ଅଧିକାରୀ/ କର୍ମଚାରୀଙ୍କ ଆତ୍ମବିଶ୍ଵାସ ବୃଦ୍ଧି, ଅନୁଶାସନ ତଥା କର୍ତ୍ତବ୍ୟ ପ୍ରତି ଉତ୍ସର୍ଗୀକୃତ ମନୋଭାବ ବୃଦ୍ଧି ପାଇଥାଏ ବୋଲି ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ କୋଚେ ମତବ୍ୟକ୍ତ କରିଥିଲେ। ରାଜ୍ୟ, ଜିଲ୍ଲା, ରେଞ୍ଜସ୍ତରର ଖେଳାଳିମାନେ ଏହି ଟୁର୍ଣ୍ଣାମେଣ୍ଟରେ ସାମିଲ ହୋଇଥିବାରୁ ପରସ୍ପର ମଧ୍ୟରେ ଉତ୍ତମ ସମ୍ମନ୍ଵୟ ସୃଷ୍ଟିହେବ ବୋଲି ମଧ୍ୟ ସେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଚାମ୍ପିୟନସିପ ଆୟୋଜନ ଓ ପରିଚାଳନା ନିମନ୍ତେ ସେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ। ଏହି ଚମ୍ପିୟାନସିପରେ ସାରା ରାଜ୍ୟର ବିଭିନ୍ନ ରେଞ୍ଜ ଏବଂ ବାଟାଲିୟନରୁ ୪୧ଟି ପୋଲିସ ଟିମ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ୭୯୭ ଜଣ ଖେଳାଳି ସାମିଲ ହୋଇଛନ୍ତି। ୬୬୫ ଜଣ ପୁରୁଷ ଓ ୧୩୨ ଜଣ ମହିଳା ଏହି ଚାମ୍ପିୟନସିପରେ ସାମିଲ ହୋଇଛନ୍ତି। ଆସନ୍ତା ୨୫ ତାରିଖ ଯାଏଁ ଏହି ପ୍ରତିଯୋଗିତା ଚାଲିବ।ଡିଆଇଜି( କେନ୍ଦ୍
କଟକ ୨୨।୦୨ : ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିଆନ୍ସିପ୍ ଶୁଭାରମ୍ଭ । କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ -୨୦୨୫ର ଶୁଭାରମ୍ଭ ହୋଇଯାଇଛି । ଯାହାର ଆରମ୍ଭ କରିଛନ୍ତି ଗୁଇନ୍ଦା ନିର୍ଦ୍ଦେଶକ ଆର୍. ପି କୋଚେ ।

ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା ସୃଷ୍ଟି କରିଥାଏ। ଏଭଳି ଚାମ୍ପିୟନସିପ ପୋଲିସ ଅଧିକାରୀ/ କର୍ମଚାରୀଙ୍କ ଆତ୍ମବିଶ୍ଵାସ ବୃଦ୍ଧି, ଅନୁଶାସନ ତଥା କର୍ତ୍ତବ୍ୟ ପ୍ରତି ଉତ୍ସର୍ଗୀକୃତ ମନୋଭାବ ବୃଦ୍ଧି ପାଇଥାଏ ବୋଲି ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ କୋଚେ ମତବ୍ୟକ୍ତ କରିଥିଲେ। ରାଜ୍ୟ, ଜିଲ୍ଲା, ରେଞ୍ଜସ୍ତରର ଖେଳାଳିମାନେ ଏହି ଟୁର୍ଣ୍ଣାମେଣ୍ଟରେ ସାମିଲ ହୋଇଥିବାରୁ ପରସ୍ପର ମଧ୍ୟରେ ଉତ୍ତମ ସମ୍ମନ୍ଵୟ ସୃଷ୍ଟିହେବ ବୋଲି ମଧ୍ୟ ସେ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ଚାମ୍ପିୟନସିପ ଆୟୋଜନ ଓ ପରିଚାଳନା ନିମନ୍ତେ ସେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ। ଏହି ଚମ୍ପିୟାନସିପରେ ସାରା ରାଜ୍ୟର ବିଭିନ୍ନ ରେଞ୍ଜ ଏବଂ ବାଟାଲିୟନରୁ ୪୧ଟି ପୋଲିସ ଟିମ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ୭୯୭ ଜଣ ଖେଳାଳି ସାମିଲ ହୋଇଛନ୍ତି। ୬୬୫ ଜଣ ପୁରୁଷ ଓ ୧୩୨ ଜଣ ମହିଳା ଏହି ଚାମ୍ପିୟନସିପରେ ସାମିଲ ହୋଇଛନ୍ତି। ଆସନ୍ତା ୨୫ ତାରିଖ ଯାଏଁ ଏହି ପ୍ରତିଯୋଗିତା ଚାଲିବ।

ଡିଆଇଜି( କେନ୍ଦ୍ରାଞ୍ଚଳ) ଶ୍ରୀ ଚରଣ ସିଂ ମୀନା ଏବଂ କଟକ ଡିସିପି ଶ୍ରୀ ଜଗମୋହନ ମୀନା, ଷଷ୍ଠ ବାଟାଲିୟନ କମାଣ୍ଡାଣ୍ଟ ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ, ଆଇଜି( କାର୍ମିକ) ଶ୍ରୀ ଏସ. ପ୍ରବୀଣ କୁମାର, ଏଆଇଜି ( ମୁଖ୍ୟାଳୟ) ଶ୍ରୀ ସୁରେଶ କୁମାର ନାଏକଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।