କଠୋର ହେଲା ଶ୍ରୀମନ୍ଦିର ପ୍ରଶାସନ, ଜାନୁଆରୀ ୩୧ ତାରିଖ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ବାଧ୍ୟତାମୂଳକ
ପୁରୀ,୧୭/୦୧: କଠୋର ହେଲା ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିରରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟବଳୀର ଘୋଷଣା କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟ ସମୀକ୍ଷା ପରେ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ୟ୍ୟ ସମୀକ୍ଷା କରାଯିବ । ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଜାନୁଆରୀ ୩୧ ତାରିଖ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ । ଏହା ଦାଖଲ ନକଲେ କୌଣସି ଇନକ୍ରିମେଣ୍ଟ, ପଦୋନ୍ନତି, ପୁରସ୍କାର କିମ୍ବା କୌଣସି ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ନାହିଁ । ବୈଠକରେ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଅନୁପାଳନ ନିମନ୍ତେ ସେ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ୫ ସୂତ୍ରୀ କାର୍ଯ୍ୟାବଳୀଗୁଡିକ ହେଲା ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍
ପୁରୀ,୧୭/୦୧: କଠୋର ହେଲା ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିରରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟବଳୀର ଘୋଷଣା କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟ ସମୀକ୍ଷା ପରେ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ ।
ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ୟ୍ୟ ସମୀକ୍ଷା କରାଯିବ । ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଜାନୁଆରୀ ୩୧ ତାରିଖ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ । ଏହା ଦାଖଲ ନକଲେ କୌଣସି ଇନକ୍ରିମେଣ୍ଟ, ପଦୋନ୍ନତି, ପୁରସ୍କାର କିମ୍ବା କୌଣସି ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ନାହିଁ ।
ବୈଠକରେ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଅନୁପାଳନ ନିମନ୍ତେ ସେ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ୫ ସୂତ୍ରୀ କାର୍ଯ୍ୟାବଳୀଗୁଡିକ ହେଲା ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ ।
ସେହିପରି ପ୍ରତ୍ୟେକ ଶୁକ୍ରବାର ସମସ୍ତ ଅଧିକାରୀ ତଥା କର୍ମଚାରୀ ହସ୍ତତନ୍ତ ପୋଷାକ ପିନ୍ଧି କାର୍ଯ୍ୟାଳୟ ଆସିବେ । ୟୁନିଫର୍ମ ପୋଷାକଧାରୀଙ୍କ ସକାଶେ ଏହା ଲାଗୁ ହେବନାହିଁ । ଶ୍ରୀମନ୍ଦିର ମଧ୍ୟରେ ଅଧିକାରୀ ତଥା କର୍ମଚାରୀଙ୍କ ମୋବାଇଲ୍ ବ୍ୟବହାର ଉପରେ ମଧ୍ୟ କଟକଣା ଜାରି କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନକୁ ଅଧିକ କ୍ରିୟାଶୀଳ ତଥା ଉତ୍ତରଦାୟୀ କରିବାକୁ ଏହି ପରାମର୍ଶ ତଥା ନିର୍ଦ୍ଦେଶ ଦିଆଯାଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢୀ କହିଛନ୍ତି ।
ସୂଚନା ଥାଉକି, ଶ୍ରୀମନ୍ଦିର କାର୍ଯ୍ୟାଳୟରେ କାମ କରିବା ବେଳେ ପାନ, ଗୁଟୁଖା ଖାଇବା ବାବଦରେ ପୂର୍ବ ମୁଖ୍ୟ ପ୍ରଶାସକ ରଞ୍ଜନ ପାଢ଼ି ନିଷିଦ୍ଧ ଆଦେଶ ଲଗାଇଥିଲେ । ମାତ୍ର ଏହାକୁ ପରେ ପାଳନ କରାଯାଉନଥିଲା । ସେହିପରି ଶ୍ରୀମନ୍ଦିରକୁ ଯାଉଥିବା ପ୍ରଶାସନିକ କର୍ମଚାରୀମାନେ ସାଙ୍ଗରେ ସ୍ମାର୍ଟ ଫୋନ୍ ନେଇ ଯାଉଥିବାରୁ ଏହାକୁ ନେଇ ସାଧାରଣ ଲୋକଙ୍କ ଭିତରେ ଅସନ୍ତୋଷ ଦେଖାଦେଉଥିଲା । ସମସ୍ତଙ୍କ ନିମନ୍ତେ ଗୋଟିଏ ପ୍ରକାର ନିୟମ କରିବାକୁ ଦାବି ହୋଇ ଆସୁଥିଲା ।