କ’ଣ ହେବ ‘କାଳିଆ’ ଯୋଜନାର ଭବିଷ୍ୟତ: ସ୍ପଷ୍ଟ କଲେ କୃଷି ମନ୍ତ୍ରୀ
ଭୁବନେଶ୍ୱର,୧୮।୬: ବିଜେଡି ସରକାର ଅମଳରେ ଆରମ୍ଭ କରାଯାଇଥିବା ‘କାଳିଆ’ ଯୋଜନାର ଭବିଷ୍ୟତକୁ ନେଇ ଚାଷୀ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ସରକାର ବଦଳିବା ପରେ ଏହି ଯୋଜନାରେ ବର୍ଷକୁ ମିଳୁଥିବା ୨ଟି କିସ୍ତି (ଖରିଫ ଓ ରବି ଫସଲ ପୂର୍ବରୁ) ବାବଦ ୪ ହଜାର ଟଙ୍କାର ସହାୟତା ମିଳିବ କି ନାହିଁ ସେ ନେଇ ଆଶଙ୍କାରେ ରହିଛନ୍ତି। ଏସବୁ ଭିତରେ ‘କାଳିଆ’ ଯୋଜନାକୁ ନେଇ ମୁଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ। ସେ କହିଛନ୍ତି,କାଳିଆ ଯୋଜନା ବନ୍ଦ […] The post କ’ଣ ହେବ ‘କାଳିଆ’ ଯୋଜନାର ଭବିଷ୍ୟତ: ସ୍ପଷ୍ଟ କଲେ କୃଷି ମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୧୮।୬: ବିଜେଡି ସରକାର ଅମଳରେ ଆରମ୍ଭ କରାଯାଇଥିବା ‘କାଳିଆ’ ଯୋଜନାର ଭବିଷ୍ୟତକୁ ନେଇ ଚାଷୀ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ସରକାର ବଦଳିବା ପରେ ଏହି ଯୋଜନାରେ ବର୍ଷକୁ ମିଳୁଥିବା ୨ଟି କିସ୍ତି (ଖରିଫ ଓ ରବି ଫସଲ ପୂର୍ବରୁ) ବାବଦ ୪ ହଜାର ଟଙ୍କାର ସହାୟତା ମିଳିବ କି ନାହିଁ ସେ ନେଇ ଆଶଙ୍କାରେ ରହିଛନ୍ତି। ଏସବୁ ଭିତରେ ‘କାଳିଆ’ ଯୋଜନାକୁ ନେଇ ମୁଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ। ସେ କହିଛନ୍ତି,କାଳିଆ ଯୋଜନା ବନ୍ଦ ହୋଇଯିବ ବୋଲି କିଛି କୁହାଯାଇନାହିଁ। ଏଥିସହ ସେ କହିଛନ୍ତି, ଗୋଟିଏ ରାଜ୍ୟରେ ୨ଟି ଯୋଜନା ସମାନ୍ତରାଳ ଭାବେ ଚାଲିପାରିବନି। ତେଣୁ ଖୁବ୍ଶୀଘ୍ର ରାଜ୍ୟବାସୀ ପିଏମ୍-କିଷାନ ଯୋଜନାର ଲାଭ କିପରି ଅଧିକରୁ ଅଧିକ ଉଠାଇବେ, ସେ ନେଇ ଯୋଜନା କରାଯାଉଛି। ନିର୍ବାଚନକୁ ଦୃଷ୍ଟିରେ ରଖି ପୂର୍ବ ସରକାର ଏହି କାଳିଆ ଯୋଜନା ଆରମ୍ଭ କରିଥିଲେ। କିନ୍ତୁ କମ୍ ଲୋକ ଏହାର ଫାଇଦା ପାଇଛନ୍ତି। ଏବେ ବି ଅନେକ ଲୋକ ଅଛନ୍ତି, ଯେଉଁମାନେ ଏହାର ଲାଭ ପାଇ ପାରିନାହାନ୍ତି ବୋଲି ସିଂଦେଓ କହିଛନ୍ତି। ଅନ୍ୟପକ୍ଷରେ କୃଷି ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ କାଳିଆ ଯୋଜନା ନେଇ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇନାହିଁ। ସରକାରଙ୍କ ନିର୍ଦ୍ଦେଶ ଆସିବା ପରେ ଯାହା କିଛି ହେବ।
ସୂଚନାଯୋଗ୍ୟ,କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ଆର୍ଥିକ ସହାୟତା ଯୋଗାଇଦେବାକୁ ବିଜେଡି ସରକାର ୨୦୧୮-୧୯ ଆର୍ଥିକ ବର୍ଷରେ କାଳିଆ ଯୋଜନା ଆରମ୍ଭ କରିଥିଲେ। ଏହି ଯୋଜନା ଅଧୀନରେ ପ୍ରତ୍ୟେକ ହିତାଧିକାରୀ ପରିବାରକୁ ବର୍ଷକୁ ୪୦୦୦ ଟଙ୍କା ଦିଆଯାଉଥିଲା। ଗତ ସାଧାରଣ ନିର୍ବାଚନ ପୂର୍ବରୁ ଅର୍ଥାତ୍ ୨୦୨୪ ମାର୍ଚ୍ଚ ୧୧ରେ କାଳିଆ ଯୋଜନାରେ ୪୫.୭୬ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୯୩୩ କୋଟି ଟଙ୍କା ହସ୍ତାନ୍ତର କରାଯାଇଛି। ପରବର୍ତ୍ତୀ କିସ୍ତି ଜୁନ୍ ପ୍ରଥମ ସପ୍ତାହରେ
ଚାଷୀଙ୍କୁ ମିଳିଥାଆନ୍ତା। ମାତ୍ର ରାଜ୍ୟରେ ସରକାର ବଦଳି ଯିବାରୁ ଏ ପର୍ଯ୍ୟନ୍ତ ଚାଷୀମାନେ ପରବର୍ତ୍ତୀ କିସ୍ତି ସହାୟତା ପାଇ ପାରି ନାହାନ୍ତି।
The post କ’ଣ ହେବ ‘କାଳିଆ’ ଯୋଜନାର ଭବିଷ୍ୟତ: ସ୍ପଷ୍ଟ କଲେ କୃଷି ମନ୍ତ୍ରୀ appeared first on Dharitri Odia News.