କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ରାଜ୍ୟ ସରକାର ବୁଧବାର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି। ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଜାନୁଆରୀ ୨୦୨୩ଠାରୁ ଲାଗୁ ହେବ। ଏହା […] The post କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର appeared first on Dharitri Odia News.

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ରାଜ୍ୟ ସରକାର ବୁଧବାର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି। ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଜାନୁଆରୀ ୨୦୨୩ଠାରୁ ଲାଗୁ ହେବ। ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ। ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ ସରକାର।

ସୂଚନାଯୋଗ୍ୟ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ପରେ ସରକାର ଆଜି ଏହି ନିଷ୍ପତ୍ତି ନେଇଛନ୍ତି।

The post କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର appeared first on Dharitri Odia News.