କନ୍ୟାକୁମାରୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ଆଜିଠୁ ବସିବେ ଧ୍ୟାନରେ
ନୂଆଦିଲ୍ଲୀ,୩୦।୫: ଜୁନ ୧ ତାରିଖରେ ଅନ୍ତିମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ହେବ। ଏଥିପାଇଁ ଗୁରୁବାର ପ୍ରଚାର ଶେଷ ହୋଇଛି। ପ୍ରଚାର ଶେଷ ହେବା ପରେ ଆଜିଠୁ ଧ୍ୟାନରେ ବସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ତାମିଲନାଡୁର କନ୍ୟାକୁମାରୀ ସ୍ଥିତ ବିବେକାନନ୍ଦ ରକ୍ ମେମୋରିଆଲ୍ରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ସେଠାରେ ଦୀର୍ଘ ୪୮ ଘଣ୍ଟା ଧରି ସେ ଧ୍ୟାନ କରିବେ। ମୋଦିଙ୍କ ଏହି କାର୍ଯ୍ୟକ୍ରମ ପାଇଁ କଡା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ମୋଦି ଧ୍ୟାନସ୍ଥ ଥିବା ବେଳେ ଏହି […] The post କନ୍ୟାକୁମାରୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ଆଜିଠୁ ବସିବେ ଧ୍ୟାନରେ appeared first on Dharitri Odia News.
ନୂଆଦିଲ୍ଲୀ,୩୦।୫: ଜୁନ ୧ ତାରିଖରେ ଅନ୍ତିମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ହେବ। ଏଥିପାଇଁ ଗୁରୁବାର ପ୍ରଚାର ଶେଷ ହୋଇଛି। ପ୍ରଚାର ଶେଷ ହେବା ପରେ ଆଜିଠୁ ଧ୍ୟାନରେ ବସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ତାମିଲନାଡୁର କନ୍ୟାକୁମାରୀ ସ୍ଥିତ ବିବେକାନନ୍ଦ ରକ୍ ମେମୋରିଆଲ୍ରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ସେଠାରେ ଦୀର୍ଘ ୪୮ ଘଣ୍ଟା ଧରି ସେ ଧ୍ୟାନ କରିବେ।
ମୋଦିଙ୍କ ଏହି କାର୍ଯ୍ୟକ୍ରମ ପାଇଁ କଡା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ମୋଦି ଧ୍ୟାନସ୍ଥ ଥିବା ବେଳେ ଏହି ସମୟରେ ତାଙ୍କୁ ୨୦୦୦ର ପୋଲିସକର୍ମୀ ଜଗିବେ। ସେହିପରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସମୟରେ ବିଭିନ୍ନ ସୁରକ୍ଷା ଏଜେନ୍ସି କଡା ନଜର ରଖିବେ।
The post କନ୍ୟାକୁମାରୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ଆଜିଠୁ ବସିବେ ଧ୍ୟାନରେ appeared first on Dharitri Odia News.