କମାଲ କଲେ କୁନି ପ୍ରତିଯୋଗୀ

ଦିଗପହଣ୍ଡି,୧୨ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସହଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ ମୁଖ୍ୟ ଅତିଥି, ମୁଖ୍ୟବକ୍ତା ରସାନନ୍ଦ ଘଡ଼େଇ, ସମ୍ମାନିତ ଅତିଥି ଭାବେ ଖେମୁଣ୍ଡି ଓକିଲ ସଂଘ ସଭାପତି ହରପ୍ରସାଦ ରଥ,ସିଆରସିସି ଅନୀଲ କୁମାର ଦାସ, ଖବରଦାତା କିରଣ କୁମାର ବେହେରା ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ […] The post କମାଲ କଲେ କୁନି ପ୍ରତିଯୋଗୀ appeared first on Dharitri Odia News.

କମାଲ କଲେ କୁନି ପ୍ରତିଯୋଗୀ

ଦିଗପହଣ୍ଡି,୧୨ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସହଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ ମୁଖ୍ୟ ଅତିଥି, ମୁଖ୍ୟବକ୍ତା ରସାନନ୍ଦ ଘଡ଼େଇ, ସମ୍ମାନିତ ଅତିଥି ଭାବେ ଖେମୁଣ୍ଡି ଓକିଲ ସଂଘ ସଭାପତି ହରପ୍ରସାଦ ରଥ,ସିଆରସିସି ଅନୀଲ କୁମାର ଦାସ, ଖବରଦାତା କିରଣ କୁମାର ବେହେରା ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ଜାନୀ କାର୍ଯ୍ୟକ୍ରମରେ ସଂଯୋଜନା କରିଥିବା ବେଳେ ସହକାରୀ ଶିକ୍ଷକ ଉପେନ୍ଦ୍ର କୁମାର ପଣ୍ଡା ସଭାକାର୍ଯ୍ୟ ପରିଚାଳନା କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ପରିଶେଷରେ କୃତୀ ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଶିକ୍ଷୟିତ୍ରୀ ମୌସୁମୀ ରାଣୀ ସ୍ବାଇଁଙ୍କ ସମେତ ପରିଚାଳନା କମିଟି ସଦସ୍ୟା ସଦସ୍ୟ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

The post କମାଲ କଲେ କୁନି ପ୍ରତିଯୋଗୀ appeared first on Dharitri Odia News.