କମିଲା ଶୀତ, ବଢ଼ିଲା ତାପମାତ୍ରା: ଏହି ଦିନ ପର୍ଯ୍ୟନ୍ତ ଘନ କୁହୁଡି
ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ପରେ ରାତି ତାପମାତ୍ରା ମଧ୍ୟ ବଢ଼ିବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ର ସକ୍ରିୟ ପ୍ରଭାବରେ ଓଡ଼ିଶାକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଫଳରେ ରାଜ୍ୟରେ ତାପମାତ୍ରା ଉପରମୁହାଁ ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ଆସନ୍ତା ୪ ଦିନରେ ଉଭୟ ସର୍ବନିମ୍ନ ଓ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ […] The post କମିଲା ଶୀତ, ବଢ଼ିଲା ତାପମାତ୍ରା: ଏହି ଦିନ ପର୍ଯ୍ୟନ୍ତ ଘନ କୁହୁଡି appeared first on Dharitri Odia News.
ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ପରେ ରାତି ତାପମାତ୍ରା ମଧ୍ୟ ବଢ଼ିବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ର ସକ୍ରିୟ ପ୍ରଭାବରେ ଓଡ଼ିଶାକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଫଳରେ ରାଜ୍ୟରେ ତାପମାତ୍ରା ଉପରମୁହାଁ ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ଆସନ୍ତା ୪ ଦିନରେ ଉଭୟ ସର୍ବନିମ୍ନ ଓ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ସବୁ ଜିଲାରେ ତାପମାତ୍ରା ବଢିବ। ତାତି ବଢିବା ସହ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୪ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ ଓ ଖୋର୍ଦ୍ଧା ଜିଲା ରହିଛି। ୨୪ ତାରିଖରେ ଘନ କୁହୁଡ଼ି ନେଇ କଟକ, କେନ୍ଦ୍ରାପଡ଼ା ଏବଂ ଜଗତ୍ସିଂହପୁରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ନେଇ ସତର୍କ କରାଯାଇଛି। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଏବଂ କଳାହାଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ।
The post କମିଲା ଶୀତ, ବଢ଼ିଲା ତାପମାତ୍ରା: ଏହି ଦିନ ପର୍ଯ୍ୟନ୍ତ ଘନ କୁହୁଡି appeared first on Dharitri Odia News.