କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୭ା୩: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା(ଡିଏ) ବଢ଼ାଇଛନ୍ତି କେନ୍ଦ୍ର ସରକାର। ଏହା ସହିତ ବର୍ତ୍ତମାନ କର୍ମଚାରୀମାନେ ୫୦ ପ୍ରତିଶତ ମହଙ୍ଗା ଭତ୍ତା ପାଇବେ। ଗତ ଜାନୁୟାରୀରୁ ପିଛିଲା ଭାବେ ଏହା ଲାଗୁ ହେବ। ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ମୂଳ ଦରମା/ପେନସନର ୪୬% ଡିଏ/ଡିଆର୍‌ ମିଳୁଥିବା ବେଳେ ଏଥିରେ ଅତିରିକ୍ତ ୪% ବୃଦ୍ଧି କରାଯାଇଛି ଯାହାକି ଜାନୁଆରୀ ପହିଲା ୨୦୨୪ ଠାରୁ ପିଛିଲା […] The post କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ କେନ୍ଦ୍ର ସରକାର appeared first on Dharitri Odia News.

କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୭ା୩: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା(ଡିଏ) ବଢ଼ାଇଛନ୍ତି କେନ୍ଦ୍ର ସରକାର। ଏହା ସହିତ ବର୍ତ୍ତମାନ କର୍ମଚାରୀମାନେ ୫୦ ପ୍ରତିଶତ ମହଙ୍ଗା ଭତ୍ତା ପାଇବେ। ଗତ ଜାନୁୟାରୀରୁ ପିଛିଲା ଭାବେ ଏହା ଲାଗୁ ହେବ।

ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ମୂଳ ଦରମା/ପେନସନର ୪୬% ଡିଏ/ଡିଆର୍‌ ମିଳୁଥିବା ବେଳେ ଏଥିରେ ଅତିରିକ୍ତ ୪% ବୃଦ୍ଧି କରାଯାଇଛି ଯାହାକି ଜାନୁଆରୀ ପହିଲା ୨୦୨୪ ଠାରୁ ପିଛିଲା ଭାବେ ଲାଗୁ ହେବ ।

ଉଭୟ ମହଙ୍ଗା ଭତ୍ତା ଏବଂ ମହଙ୍ଗା ସହାୟତା ବାବଦରେ ରାଜକୋଷ ଉପରେ ବାର୍ଷିକ ୧୨,୮୬୮.୭୨ କୋଟି ଟଙ୍କାର ମିଳିତ ବୋଝ ପଡ଼ିବ । ଏହା ଦ୍ୱାରା ପ୍ରାୟ ୪୯.୧୮ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ୬୭.୯୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ। ସପ୍ତମ କେନ୍ଦ୍ରୀୟ ବେତନ ଆୟୋଗଙ୍କ ସୁପାରିସ ଆଧାରରେ ସ୍ୱୀକୃତ ସୂତ୍ର ଅନୁଯାୟୀ ଏହି ବୃଦ୍ଧି କରାଯାଇଛି।

The post କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ କେନ୍ଦ୍ର ସରକାର appeared first on Dharitri Odia News.