କଲୁଙ୍ଗା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବସ୍: ୨୦ ଆହତ
ରାଉରକେଲା : ସୁନ୍ଦରଗଡ ଜିଲା ବ୍ରାହ୍ମଣୀତରଙ୍ଗ ଥାନା କଲୁଙ୍ଗା ନିକଟରେ ଭାରସାମ୍ୟ ହରାଇ ଏକ ବସ୍ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ରାଉରକେଲାରୁ ୩୫ରୁ ଯାତ୍ରୀଙ୍କୁ ନେଇ ବସ୍ଟି କୁସୁମୀ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ବ୍ରାହ୍ମଣୀ ତରଙ୍ଗ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।