କଲେଜ ନିର୍ବାଚନ ପାଇଁ ରାଜନୀତି କରୁଛି ଛାତ୍ର ବିଜେଡି: ଅରିନ୍ଦମ

କଟକ,୫ା୯(ଶିଳ୍ପା ପ୍ରିୟଦର୍ଶିନୀ): କଟକରେ ଆୟୋଜିତ ସ୍ବାୟତ୍ତଶାସନ ଦିବସ କାର୍ଯ୍ୟକ୍ରମ ପରେ ଗଣମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ସମ୍ପର୍କରେ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ବିଭିନ୍ନ ସ୍ଥାନରେ ପ୍ରତିବାଦର ସ୍ବର ଉଠିବା ସହ ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ତେବେ ଏ ସମ୍ପର୍କରେ କଟକ ମେରିଆ ବଜାରସ୍ଥିତ କାର୍ଯ୍ୟାଳୟରେ ଭାଜପା ନେତା ଅରିନ୍ଦମ ରାଏ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, କେନ୍ଦ୍ରମନ୍ତ୍ରୀଙ୍କ ବ୍ୟକ୍ତିଗତ ମତରେ କୌଣସି ଆପତ୍ତି ଉଠାଯିବା ଉଚିତ […] The post କଲେଜ ନିର୍ବାଚନ ପାଇଁ ରାଜନୀତି କରୁଛି ଛାତ୍ର ବିଜେଡି: ଅରିନ୍ଦମ appeared first on Dharitri Odia News.

କଲେଜ ନିର୍ବାଚନ ପାଇଁ ରାଜନୀତି କରୁଛି ଛାତ୍ର ବିଜେଡି: ଅରିନ୍ଦମ

କଟକ,୫ା୯(ଶିଳ୍ପା ପ୍ରିୟଦର୍ଶିନୀ): କଟକରେ ଆୟୋଜିତ ସ୍ବାୟତ୍ତଶାସନ ଦିବସ କାର୍ଯ୍ୟକ୍ରମ ପରେ ଗଣମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ସମ୍ପର୍କରେ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ବିଭିନ୍ନ ସ୍ଥାନରେ ପ୍ରତିବାଦର ସ୍ବର ଉଠିବା ସହ ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ତେବେ ଏ ସମ୍ପର୍କରେ କଟକ ମେରିଆ ବଜାରସ୍ଥିତ କାର୍ଯ୍ୟାଳୟରେ ଭାଜପା ନେତା ଅରିନ୍ଦମ ରାଏ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, କେନ୍ଦ୍ରମନ୍ତ୍ରୀଙ୍କ ବ୍ୟକ୍ତିଗତ ମତରେ କୌଣସି ଆପତ୍ତି ଉଠାଯିବା ଉଚିତ ନୁହେଁ। କିନ୍ତୁ ବିଜୁ ଛାତ୍ର ଜନତା ଦଳ ଏହାକୁ ରାଜନୈତିକ ପ୍ରସଙ୍ଗ କରି ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛି। ଏହି ଦଳର ସଦସ୍ୟମାନେ ଏବେ ବିକ୍ଷୋଭ କରୁଛନ୍ତି। ବିକ୍ଷୋଭକାରୀଙ୍କ ମଧ୍ୟରୁ ୫୦ ପ୍ରତିଶତ ଅଣଛାତ୍ର। କେନ୍ଦ୍ରମନ୍ତ୍ରୀ ଗତବର୍ଷ କଟକରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସମାନ ମନ୍ତବ୍ୟ ଦେଇଥିଲେ। ହେଲେ ସେତେବେଳେ କେଉଁଠି ଥିଲେ ଏହି ଦଳର ବିକ୍ଷୋଭକାରୀ। କେବଳ ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ନଜରରେ ରଖି ଏଭଳି ରାଜନୀତି କରାଯାଉଛି ବୋଲି ଅରିନ୍ଦମ କହିଛନ୍ତି।

The post କଲେଜ ନିର୍ବାଚନ ପାଇଁ ରାଜନୀତି କରୁଛି ଛାତ୍ର ବିଜେଡି: ଅରିନ୍ଦମ appeared first on Dharitri Odia News.