କଳାହାଣ୍ଡିରେ ଲଜ୍ଜା: ଝରଣାକୁ ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର
କୋକସରା,୨୦।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଆମପାଣି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ, ଆମପାଣି ଥାନା ଅଞ୍ଚଳର ଜଣେ ୧୨ ବର୍ଷର ନାବାଳିକା ଗାଁ ନିକଟସ୍ଥ ଝରଣାକୁ ଗାଧୋଇବା ପାଇଁ ଯାଇଥିଲେ। ସେତିକିବେଳେ ବାଘଝରଣ ଗାଁର ନକୁଳ ବେହେରା(୨୨) ନାବାଳିକାଙ୍କୁ ଏକୁଟିଆ ଦେଖି ବଳାତ୍କାର କରିଥିଲେ। ନାବାଳିକା […] The post କଳାହାଣ୍ଡିରେ ଲଜ୍ଜା: ଝରଣାକୁ ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର appeared first on Dharitri Odia News.
କୋକସରା,୨୦।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଆମପାଣି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି।
ମିଳିଥିବା ସୂଚନା ମୁତାବକ, ଆମପାଣି ଥାନା ଅଞ୍ଚଳର ଜଣେ ୧୨ ବର୍ଷର ନାବାଳିକା ଗାଁ ନିକଟସ୍ଥ ଝରଣାକୁ ଗାଧୋଇବା ପାଇଁ ଯାଇଥିଲେ। ସେତିକିବେଳେ ବାଘଝରଣ ଗାଁର ନକୁଳ ବେହେରା(୨୨) ନାବାଳିକାଙ୍କୁ ଏକୁଟିଆ ଦେଖି ବଳାତ୍କାର କରିଥିଲେ।
ନାବାଳିକା ଜଣକ ଘରକୁ ଆସି ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପରେ ପରିବାର ଲୋକେ ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ପରେ ସମ୍ପୃକ୍ତ ଯୁବକଙ୍କୁ ଧରି ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି। ଅନ୍ୟପକ୍ଷେ ଏହି ଘଟଣା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଇଛି। ଏନେଇ ଆମପାଣି ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ଜେ.ପି ହୋତା ସୂଚନା ଦେଇଛନ୍ତି।
The post କଳାହାଣ୍ଡିରେ ଲଜ୍ଜା: ଝରଣାକୁ ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର appeared first on Dharitri Odia News.