କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ହେଉଛି ଧଉଳି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୧୧: ଏକ ସାଧାରଣ ପାହାଡ ନୁହେଁ, ଧଉଳି ପାହାଡ ଓଡିଶା ଇତିହାସର ଏକ ଗୌରବମୟ ଅତୀତକୁ ଛାତିରେ ଧରି ରଖିଛି। କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ଏହି ଧଉଳି। ଓଡିଆ ବୀର ସନ୍ତାନଙ୍କ ଲୁହ ଆଉ ରକ୍ତରେ ଏକାକାର ହୋଇଥିବା ତ୍ୟାଗର ତୀର୍ଥସ୍ଥଳୀ ଏହି ଧଉଳି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧଉଳି ଶାନ୍ତି ସ୍ତୁପର ୫୨ତମ ପ୍ରତିଷ୍ଠା ଦିବସ ଅବସରରେ କହିଛନ୍ତି। ଏହି ଅବସରରେ ଧଉଳି ଠାରେ […] The post କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ହେଉଛି ଧଉଳି: ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୩।୧୧: ଏକ ସାଧାରଣ ପାହାଡ ନୁହେଁ, ଧଉଳି ପାହାଡ ଓଡିଶା ଇତିହାସର ଏକ ଗୌରବମୟ ଅତୀତକୁ ଛାତିରେ ଧରି ରଖିଛି। କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ଏହି ଧଉଳି। ଓଡିଆ ବୀର ସନ୍ତାନଙ୍କ ଲୁହ ଆଉ ରକ୍ତରେ ଏକାକାର ହୋଇଥିବା ତ୍ୟାଗର ତୀର୍ଥସ୍ଥଳୀ ଏହି ଧଉଳି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧଉଳି ଶାନ୍ତି ସ୍ତୁପର ୫୨ତମ ପ୍ରତିଷ୍ଠା ଦିବସ ଅବସରରେ କହିଛନ୍ତି।
ଏହି ଅବସରରେ ଧଉଳି ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖ୍ରୀଷ୍ଟପୂର୍ବ ୨୬୧ରେ ଲୋମହର୍ଷଣକାରୀ କଳିଙ୍ଗ ଯୁଦ୍ଧ ପରେ ଏହିଠାରୁ ଶାନ୍ତିକୁ ଜୀବନର ବ୍ରତ କରି ବୌଦ୍ଧ ଧର୍ମକୁ ଗ୍ରହଣ କରିଥିଲେ ସମ୍ରାଟ ଅଶୋକ। ଆଜିକୁ ୫୨ ବର୍ଷ ତଳେ ଜାପାନ ସରକାରଙ୍କ ଉଦ୍ୟମରେ ପ୍ରତିଷ୍ଠା ହୋଇଥିଲା ଏହି ଶାନ୍ତିର ସ୍ତୁପ। ସେବେଠାରୁ ଆଜି ପର୍ଯ୍ୟନ୍ତ ଶାନ୍ତି ଆଉ ମୈତ୍ରୀର ପ୍ରତୀକ ସାଜିଛି ଏହି ଧଉଳି।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ବୌଦ୍ଧ ଧର୍ମ ସମ୍ପର୍କରେ ଯେବେ ଆଲୋଚନା କରାଯାଏ ସେତେବେଳେ ଓଡିଶାର ନା ସବୁଠାରୁ ଆଗରେ ଆସିଥାଏ। ଓଡିଶାରେ ବୌଦ୍ଧ ଧର୍ମର ଯେତେ ପ୍ରଚାର ପ୍ରସାର ହୋଇଥିଲା ଏବଂ ଯେତେ ବୌଦ୍ଧ ବିହାର ଓଡିଶାରେ ଦେଖିବାକୁ ମିଳେ ତାହା ଭାରତବର୍ଷର ଅନ୍ୟ କୌଣସି ପ୍ରଦେଶରେ ଦେଖିବାକୁ ମିଳେ ନାହିଁ। ଖ୍ରୀଷ୍ଟପୂର୍ବ ୬ଷ୍ଠ ଶତାବ୍ଦୀଠାରୁ ଓଡିଶାରେ ବୌଦ୍ଧ ଧର୍ମର ପ୍ରସାର ଘଟିଥିଲା। ଧଉଳି ପାଦ ଦେଶରେ ଦୟାନଦୀ କୂଳରେ ଭାରତ ଇତିହାସରେ ଏକ ନିର୍ଣ୍ଣାୟକ ମୋଡ ଆସିଥିଲା। ମଗଧର ସମ୍ରାଟ ଅଶୋକଙ୍କୁ କଳିଙ୍ଗ ଯୁଦ୍ଧର ବିଭୀଷିକା ଧର୍ମାଶୋକରେ ପରିଣତ କରିଥିଲା। ସମ୍ରାଟ ଅଶୋକ ଦେଶ ବିଦେଶରେ ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ପାଇଁ ନିଜ ପୁତ୍ର ମହେନ୍ଦ୍ର ଏବଂ କନ୍ୟା ସଙ୍ଘମିତ୍ରାଙ୍କୁ ସିଂହଳ ଦେଶକୁ ଏହି ଓଡିଶାରୁ ପଠାଇଥିବା ବିଶ୍ବାସ କରାଯାଏ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
The post କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ହେଉଛି ଧଉଳି: ମୁଖ୍ୟମନ୍ତ୍ରୀ appeared first on Dharitri Odia News.