କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ
ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍ଚ୍ୟୁତ ହେବା ପରେ ହେଲ୍ପଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍ଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା କରାଯାଇଛି। ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା ରୋଡ୍ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫, ଭଦ୍ରକ ପାଇଁ ହେଲ୍ପ ଲାଇନ ନଂ- ୯୪୩୭୪୪୩୪୬୯ ଜାରି କରାଯାଇଛି। କାମାକ୍ଷା […] The post କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ appeared first on Dharitri Odia News.
ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍ଚ୍ୟୁତ ହେବା ପରେ ହେଲ୍ପଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ।
କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍ଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା କରାଯାଇଛି। ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା ରୋଡ୍ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫, ଭଦ୍ରକ ପାଇଁ ହେଲ୍ପ ଲାଇନ ନଂ- ୯୪୩୭୪୪୩୪୬୯ ଜାରି କରାଯାଇଛି।
କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନା ପଠାଯାଇଥିବା ଜଣାପଡ଼ିଛି।
ଏକ୍ସପ୍ରେସ ଲାଇନ୍ଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି ଘଟଣାସ୍ଥଳରେ ରେଳବାହିନୀ ଟିମ୍ ପହଞ୍ଚିଥିବା ଜଣାପଡ଼ିଛି। ଆର୍ପିଏଫ୍ ଏବଂ ଜିଆର୍ପିଏଫ୍ ଏବଂ ସ୍ଥାନୀୟ ଲୋକେ ଉଦ୍ଧାର କରୁଥିବା ଜଣାପଡ଼ିଛି। କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହେବା ପରେ ଘଟଣାସ୍ଥଳରେ ସମସ୍ତ ଟ୍ରେନ୍ ଚଳାଚଳ ବନ୍ଦ ରହିଛି । ହେଲେ ଟ୍ରେନ୍ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ। ଏନେଇ ଅଧିକ ଅପଡେଟ୍ର ଅପେକ୍ଷା କରାଯାଇଛି।
The post କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ appeared first on Dharitri Odia News.