କାର-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୮ ମୃତ
ସମାଜ ଡିଜିଟାଲ ଡେସ୍କ: କାର ଏବଂ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ବିହାରର କାଟିହାର ଜିଲା ଅନ୍ତର୍ଗତ ସାମେଲି ବ୍ଲକ କାର୍ଯ୍ୟାଳୟରେ ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କାରରେ ଥିବା ଯାତ୍ରୀମାନେ ଏକ ବିବାହ ଭୋଜିରେ ଯୋଗଦେଇ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ପୁଲିସ […]

ସମାଜ ଡିଜିଟାଲ ଡେସ୍କ: କାର ଏବଂ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ବିହାରର କାଟିହାର ଜିଲା ଅନ୍ତର୍ଗତ ସାମେଲି ବ୍ଲକ କାର୍ଯ୍ୟାଳୟରେ ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
କାରରେ ଥିବା ଯାତ୍ରୀମାନେ ଏକ ବିବାହ ଭୋଜିରେ ଯୋଗଦେଇ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି।