କାର୍ତ୍ତିକ ମାସର ଦ୍ଵିତୀୟ ସୋମବାର, ବାବା ଧବଳେଶ୍ୱରଙ୍କ ପୀଠରେ ଭକ୍ତଙ୍କ ଭିଡ

ଆଠଗଡ ୨୮/୧୦: ଆଜି ହେଉଛି କାର୍ତ୍ତିକ ମାସର ଦ୍ଵିତୀୟ ସୋମବାର । ଚଳଚଞ୍ଚଳ‌ ହୋଇଯାଇଛି ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠ।  ଧାର୍ମିକ ବିଶ୍ବାସ ରହିଛି ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ । ଏହି ଅବସରରେ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ । ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ  ମଙ୍ଗଳଆଳତୀ, ମଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି।

କାର୍ତ୍ତିକ ମାସର ଦ୍ଵିତୀୟ ସୋମବାର, ବାବା ଧବଳେଶ୍ୱରଙ୍କ ପୀଠରେ ଭକ୍ତଙ୍କ ଭିଡ

ଆଠଗଡ ୨୮/୧୦: ଆଜି ହେଉଛି କାର୍ତ୍ତିକ ମାସର ଦ୍ଵିତୀୟ ସୋମବାର । ଚଳଚଞ୍ଚଳ‌ ହୋଇଯାଇଛି ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠ।  ଧାର୍ମିକ ବିଶ୍ବାସ ରହିଛି ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ । 

ଏହି ଅବସରରେ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ । ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ  ମଙ୍ଗଳଆଳତୀ, ମଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି।