କାର୍ତ୍ତିକ ମାସର ଶେଷ ସୋମବାର, ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ଧବଳେଶ୍ୱର
ଆଠଗଡ଼,୧୧/୧୧: ଆଜି କାର୍ତ୍ତିକ ମାସର ଶେଷ ସୋମବାର । ବାବା ଧବଳେଶ୍ୱର ପୀଠରେ ଭକ୍ତଙ୍କ ଗହଳି ଲାଗିଛି । ପୀଠରେ ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଧାର୍ମିକ ବିଶ୍ୱାସ ରହିଛି ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳୁମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି।
ଆଠଗଡ଼,୧୧/୧୧: ଆଜି କାର୍ତ୍ତିକ ମାସର ଶେଷ ସୋମବାର । ବାବା ଧବଳେଶ୍ୱର ପୀଠରେ ଭକ୍ତଙ୍କ ଗହଳି ଲାଗିଛି । ପୀଠରେ ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଧାର୍ମିକ ବିଶ୍ୱାସ ରହିଛି ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।
ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳୁମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି।