କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ
ଭୁବନେଶ୍ୱର : କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କା ନିଲମ୍ବିତ । ଆସନ୍ତା ୩ ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରି ଅଫିସର ଏବଂ ଜଣେ ମହିଳା ମାର୍ଶଲିଂ ଅଫିସରଙ୍କ ଜରିଆରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ବିଭାଗୀୟ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଗତ ଏପ୍ରିଲ ମାସ ୧୦ ତାରିଖ ଦିନ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ […] The post କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ appeared first on KNews Odisha.

ଭୁବନେଶ୍ୱର : କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କା ନିଲମ୍ବିତ । ଆସନ୍ତା ୩ ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରି ଅଫିସର ଏବଂ ଜଣେ ମହିଳା ମାର୍ଶଲିଂ ଅଫିସରଙ୍କ ଜରିଆରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ବିଭାଗୀୟ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି ।
ଗତ ଏପ୍ରିଲ ମାସ ୧୦ ତାରିଖ ଦିନ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କା କଲେକ୍ଟର କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ବ୍ୟବହାର ପ୍ରଦର୍ଶନ କରିଥିବାର ଅଭିଯୋଗ ଆସିଥିଲା । ଅଭିଯୋଗକାରିଣୀ କାର୍ଯ୍ୟରତ ମହିଳାଜଣକ ତାଙ୍କ ଉପରେ ଉଭୟ ଶାରୀରିକ ଓ ମାନସିକ ଯନ୍ତ୍ରଣାର ଅଭିଯୋଗ ଆଣିଥିଲେ ।
ଜିଲ୍ଲା ଅଭିଯୋଗ କମିଟି ଏବଂ ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ଅଭିଯୁକ୍ତ ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କାଙ୍କୁ ବିଭାଗୀୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଆସନ୍ତା ୩ ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରି ଅଧିକାରୀ ଏବଂ ଜଣେ ମହିଳା ମାର୍ଶଲିଂ ଅଧିକାରୀଙ୍କ ଜରିଆରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ମନ୍ତ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି। ମହିଳା ସଶକ୍ତିକରଣ ପାଇଁ ଆମ ସରକାର ବଦ୍ଧପରିକର ଏବଂ ମହିଳା ହିଂସା ଓ ନିର୍ଯାତନାକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ଶ୍ରୀ ପୂଜାରୀ କହିଛନ୍ତି ।
The post କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ appeared first on KNews Odisha.