କାର୍ଯ୍ୟରେ ଅବହେଳା ଅଭିଯୋଗ: ୪ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ
ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଂଜ ଜିଲା ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୪ ଶିକ୍ଷୟିତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଦରମା ବନ୍ଦ କରିଛନ୍ତି ବାରିପଦା ଗୋଷ୍ଠୀ ଶିକ୍ଷା ଅଧିକାରୀ(ଡିଇଓ)। ସୂଚନାଯୋଗ୍ୟ, ବାରିପଦା ଡିଇଓ ନଳିନୀକାନ୍ତ ପ୍ରଧାନ ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରି କାର୍ଯ୍ୟରେ ଅବହେଳା ଲକ୍ଷ୍ୟ କରିଥିଲେ। ଏହାପରେ ୪ ଶିକ୍ଷୟତ୍ରୀଙ୍କ ଦରମା ବନ୍ଦ କରିବା ସହ ଜଣେ ଶିକ୍ଷକଙ୍କୁ […] The post କାର୍ଯ୍ୟରେ ଅବହେଳା ଅଭିଯୋଗ: ୪ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ appeared first on Dharitri Odia News.
ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଂଜ ଜିଲା ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୪ ଶିକ୍ଷୟିତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଦରମା ବନ୍ଦ କରିଛନ୍ତି ବାରିପଦା ଗୋଷ୍ଠୀ ଶିକ୍ଷା ଅଧିକାରୀ(ଡିଇଓ)।
ସୂଚନାଯୋଗ୍ୟ, ବାରିପଦା ଡିଇଓ ନଳିନୀକାନ୍ତ ପ୍ରଧାନ ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରି କାର୍ଯ୍ୟରେ ଅବହେଳା ଲକ୍ଷ୍ୟ କରିଥିଲେ। ଏହାପରେ ୪ ଶିକ୍ଷୟତ୍ରୀଙ୍କ ଦରମା ବନ୍ଦ କରିବା ସହ ଜଣେ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି I ଗୁଞ୍ଜୁସାହି କ୍ଲଷ୍ଟରର ଶିକାରଘାଟି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଓ ଚନ୍ଦନପୁର କ୍ଲଷ୍ଟରର ଚନ୍ଦାବିଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୩ ଜଣ ଶିକ୍ଷୟିତ୍ରୀ ବାରମ୍ବାର କାର୍ଯ୍ୟରେ ଅବହେଳା କରିଥିବାରୁ ସେମାନଙ୍କର ସେପ୍ଟେମ୍ବର ମାସର ଦରମା ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି I
ସେହିଭଳି ବୈଦିପୁର ପ୍ରାଥମିକ ବିଦ୍ୟାଳୟର ଜନୈକ ଶିକ୍ଷକଙ୍କୁ ମଧ୍ୟ ପ୍ରଥମ ଥର କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି I ବାରିପଦା ବ୍ଲକ ଅନ୍ତର୍ଗତ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଉପରେ ନ୍ୟସ୍ତ ଥିବାରୁ ନିଜନିଜର କର୍ତ୍ତବ୍ୟ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ମଧ୍ୟ ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି I
The post କାର୍ଯ୍ୟରେ ଅବହେଳା ଅଭିଯୋଗ: ୪ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ appeared first on Dharitri Odia News.