କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ
ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ ଜରୁରୀ ବୈଠକ। ତେବେ ଏଥିରେ ୪୦ DSP, ASP ପାହ୍ୟା ଅଧିକାରୀ ଯୋଗଦେବାର ସୂଚନା ମିଳିଛି। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦକୁ ନେଇ ଆଜି ସଂଧ୍ୟାରେ ଭୁବନେଶ୍ୱରରେ ଶହଶହ ପୋଲିସ ଏକାଠି ହୋଇଥିଲେ। ତେବେ ଆଗକୁ ବଡ଼ ପ୍ରତିବାଦ ପାଇଁ ଏହି ବୈଠକରେ ନିଷ୍ପତ୍ତି ହେବ ବୋଲି ଜଣାପଡିଛି। ଭରତପୁର […] The post କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ appeared first on Dharitri Odia News.
ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ ଜରୁରୀ ବୈଠକ। ତେବେ ଏଥିରେ ୪୦ DSP, ASP ପାହ୍ୟା ଅଧିକାରୀ ଯୋଗଦେବାର ସୂଚନା ମିଳିଛି। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦକୁ ନେଇ ଆଜି ସଂଧ୍ୟାରେ ଭୁବନେଶ୍ୱରରେ ଶହଶହ ପୋଲିସ ଏକାଠି ହୋଇଥିଲେ। ତେବେ ଆଗକୁ ବଡ଼ ପ୍ରତିବାଦ ପାଇଁ ଏହି ବୈଠକରେ ନିଷ୍ପତ୍ତି ହେବ ବୋଲି ଜଣାପଡିଛି।
ଭରତପୁର ଘଟଣାକୁ ନେଇ ରାଜ୍ୟ ରାଜନୀତି ଠାରୁ ଜାତୀୟ ରାଜନୀତି ସରଗରମ ରହିଛି। ଗୋଟିଏ ପରେ ଗୋଟିଏ ଘଟଣାରେ ଓଡ଼ିଶାରେ ହଇଚଇ ସୃଷ୍ଟି କରିଛି। ତେବେ ଶନିବାର ସଂଧ୍ୟାରେ ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ ଭୁବନେଶ୍ୱରରେ ଏକାଠି ହୋଇଥିଲେ ଶହଶହ ପୋଲିସ। ଭୁବନେଶ୍ୱର ରିଜର୍ଭ ଗ୍ରାଉଣ୍ଡରେ ଏପରି ଦୃଶ୍ୟ ଦେଖିବାକୁ ମିଳିଥିଲା।
ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁବଂଶଙ୍କ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)।
ମେଜର ସିଂ ଏବଂ ବାନ୍ଧବୀଙ୍କ ଓଡିଶା ପୋଲିସ୍ ହେପାଜତରେ ନିର୍ଯାତନା ଦିଆଯାଇଥିବା ଅଭିଯୋଗକୁ ନେଇ ଆୟୋଗ ୩ ଦିନ ମଧ୍ୟରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରିପୋର୍ଟ ଦେବାକୁ କହିଛନ୍ତି ଏବଂ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।
ଏହାପୂର୍ବରୁ ବୁଧବାର ଡିଜିପି ଭରତପୁର ଥାନା ଆଇଆଇସି ସମେତ ପାଞ୍ଚ ଜଣ ପୋଲିସକୁ ନିଲମ୍ବନ କରିଥିଲେ ଏବଂ ଏହା ସହ ଉଭୟକଙ୍କୁ ଆକ୍ରମଣ କରିଥିବା ରୋଡ ରୋମିଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଏହି ମାମଲାରେ ଡିଜିପି ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ଵୈଶାଳିନୀ ପଣ୍ଡା, ଏଏସଆଇ ସାଲିମାମୟୀ ସାହୁ, ଏଏସଆଇ ସାଗାରିକା ରଥ ଏବଂ କନଷ୍ଟେବଳ ବଳରାମ ହାଣ୍ଡାଙ୍କୁ ନିଲମ୍ବନ କରାଯାଇଥିଲା।
ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।
ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।
The post କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ appeared first on Dharitri Odia News.