କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୩୦।୪: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ଜନଜୀବନକୁ ପ୍ରଭାବିତ କରିଛି। ଏପରିକି ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପବନ ହେବା ନେଇ ଆଲର୍ଟ ଜାରି କରିଛି। ଅନ୍ୟପକ୍ଷେ […] The post କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା appeared first on Dharitri Odia News.

କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୩୦।୪: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି।

କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ଜନଜୀବନକୁ ପ୍ରଭାବିତ କରିଛି। ଏପରିକି ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପବନ ହେବା ନେଇ ଆଲର୍ଟ ଜାରି କରିଛି। ଅନ୍ୟପକ୍ଷେ ତାତିରୁ ଲୋକଙ୍କୁ ଆଶ୍ବସ୍ତି ମିଳିଛି।

ମଙ୍ଗଳବାର ମଧ୍ୟ କାଳବୈଶାଖୀକୁ ନେଇ ସତର୍କ ସୂଚନା ଜାରି ରହିଛି। ନୂଆପଡ଼ା, ରାୟଗଡ଼ା, ବାଲେଶ୍ୱର, ପାରଳାଖେମୁଣ୍ଡି ଓ ଅନୁଗୋଳରେ ବର୍ଷା ପବନ ହେବା ନେଇ ପୂର୍ବାନୁମାନ କରାଯାଇଛି।

ବିଶେଷ କରି ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ବରଗଡ଼, କୋରାପୁଟ, ରାୟଗଡ଼ା, କଟକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଆଦି ଜିଲାରେ ସୋମବାର ଝଡ଼ବର୍ଷା ହୋଇଥିଲା। ଟ୍ବିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ବିଜୁଳି, ଘଡ଼ଘଡ଼ି ସହ ଝଟ୍‌କା ପବନ ଲୋକଙ୍କୁ ଭୟଭୀତ କରିଥିଲା। ୬୦ରୁ ୭୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷିଥିଲା। କେତେକ ସ୍ଥାନରେ କୁଆପଥର ବର୍ଷା ହୋଇଥିଲା।

The post କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା appeared first on Dharitri Odia News.