କାଳିଆ ଯୋଜନାର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ, ରଖିଲେ ଏହି ନାଁ…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ରାଜ୍ୟ ସରକାର ପୂର୍ବ ସରକାର ସମୟରେ ପ୍ରଚଳିତ କାଳିଆ ଯୋଜନାର ନାମ ପରିବର୍ତ୍ତନ କରି ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଢାଞ୍ଚାରେ ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ପ୍ରଚଳନ କରିଛନ୍ତି। ଚଳିତ ବଜେଟରେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ପାଇଁ ୧୯୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି । ସେହିପରି […] The post କାଳିଆ ଯୋଜନାର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ, ରଖିଲେ ଏହି ନାଁ… appeared first on Dharitri Odia News.

କାଳିଆ ଯୋଜନାର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ, ରଖିଲେ ଏହି ନାଁ…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ରାଜ୍ୟ ସରକାର ପୂର୍ବ ସରକାର ସମୟରେ ପ୍ରଚଳିତ କାଳିଆ ଯୋଜନାର ନାମ ପରିବର୍ତ୍ତନ କରି ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଢାଞ୍ଚାରେ ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ପ୍ରଚଳନ କରିଛନ୍ତି। ଚଳିତ ବଜେଟରେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ପାଇଁ ୧୯୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି ।

ସେହିପରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କରିଛନ୍ତି ସରକାର। ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍ଲେସ ସେବା ମିଳିବ। ସେହିପରି ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଭାଜପା ସରକାର ଆସିବା ଦିନରୁ ପୂର୍ବ ସରକାର କରିଥିବା ଯୋଜନା ଗୁଡିକ ବଦଳିବ କି ନାହିଁ ତାହା ଉପରେ ଚର୍ଚ୍ଚା ହୋଉଥିଲା। ଯାହାକୁ ଆଜି ମୋହନ ସରକାର ପରିବର୍ତ୍ତନ କରିଛନ୍ତି।

The post କାଳିଆ ଯୋଜନାର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ, ରଖିଲେ ଏହି ନାଁ… appeared first on Dharitri Odia News.