କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ ମୁଖ୍ୟମନ୍ତ୍ରୀ ହେବ ସେ ନେଇ ମଧ୍ୟ ସେ ଘୋଷଣା କରିଛନ୍ତି। ମୋଦି କହିଛନ୍ତି, ” ଯିଏ ଓଡ଼ିଶା ଲୋକଙ୍କୁ ଜାଣିଥିବ, ବୁଝିଥିବ, ସେ ହିଁ ହେବ ମୁଖ୍ୟମନ୍ତ୍ରୀ। ଅର୍ଥାତ ଓଡ଼ିଶାର ପୁଅ କିମ୍ବା ଝିଅ ଏଠାରେ […] The post କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି appeared first on Dharitri Odia News.

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ ମୁଖ୍ୟମନ୍ତ୍ରୀ ହେବ ସେ ନେଇ ମଧ୍ୟ ସେ ଘୋଷଣା କରିଛନ୍ତି।

ମୋଦି କହିଛନ୍ତି, ” ଯିଏ ଓଡ଼ିଶା ଲୋକଙ୍କୁ ଜାଣିଥିବ, ବୁଝିଥିବ, ସେ ହିଁ ହେବ ମୁଖ୍ୟମନ୍ତ୍ରୀ। ଅର୍ଥାତ ଓଡ଼ିଶାର ପୁଅ କିମ୍ବା ଝିଅ ଏଠାରେ ମୁଖ୍ୟମନ୍ତ୍ରୀ ହେବେ, କୌଣସି ବାହାର ଲୋକ ଏଠାରେ ମୁଖ୍ୟମନ୍ତ୍ରୀ ହେବେନାହିଁ। ଓଡ଼ିଶାର ସଂସ୍କୃତିକୁ ଯିଏ ମଥାରେ ଧାରଣ କରିବ, ସେ ହେବ ମୁଖ୍ୟମନ୍ତ୍ରୀ।”

ଏଥିସହିତ ପ୍ରଧାନମନ୍ତ୍ରୀ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଯେ, ବିଧାନସଭାରେ ଭାଜପାକୁ ବମ୍ପର ବିଜୟ ମିଳିବ। ଭାଜପାର ବିଜୟରେ ଓଡ଼ିଶାକୁ ନୂଆ ଶକ୍ତି, ନୂଆ ନେତୃତ୍ବ ମିଳିବ। ଏହି ସମୟରେ ସେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ”୪ ଜୁନ୍‌ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌, ୧୦ ଜୁନ୍‌ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ। ତେଣୁ ଏଥିପାଇଁ ସେ ଭାଜପା ସରକାର ଶପଥ ସମାରୋହକୁ ନିମନ୍ତ୍ରଣ ଜଣାଇଛନ୍ତି।

The post କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି appeared first on Dharitri Odia News.