କିସ୍ ପକ୍ଷରୁ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତକମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର : କିସ୍ ପକ୍ଷରୁ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତକମାନଙ୍କ ପ୍ରତି ଆଜି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ସେମାନଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରାଯାଇଛି । ଏହି ଅବସରରେ କିସ୍ ବିଶ୍ଵବିଦ୍ୟାଳୟର ୧୦ ହଜାର ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀ ମହମବତୀ ଜାଳି ନିରବ ପ୍ରାର୍ଥନା କରିଥିଲେ। ଛାତ୍ରଛାତ୍ରୀମାନେ ଆତଙ୍କବାଦୀ ଆକ୍ରମଣରେ ନିହତ ବ୍ଯକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସେମାନଙ୍କ ଅମର ଆତ୍ମାର ସଦ୍ ଗତି କାମନା କରିଥିଲେ। ଏଥିରେ […] The post କିସ୍ ପକ୍ଷରୁ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତକମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ appeared first on KNews Odisha.

କିସ୍ ପକ୍ଷରୁ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତକମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ
kiss

ଭୁବନେଶ୍ୱର : କିସ୍ ପକ୍ଷରୁ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତକମାନଙ୍କ ପ୍ରତି ଆଜି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ସେମାନଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରାଯାଇଛି । ଏହି ଅବସରରେ କିସ୍ ବିଶ୍ଵବିଦ୍ୟାଳୟର ୧୦ ହଜାର ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀ ମହମବତୀ ଜାଳି ନିରବ ପ୍ରାର୍ଥନା କରିଥିଲେ। ଛାତ୍ରଛାତ୍ରୀମାନେ ଆତଙ୍କବାଦୀ ଆକ୍ରମଣରେ ନିହତ ବ୍ଯକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସେମାନଙ୍କ ଅମର ଆତ୍ମାର ସଦ୍ ଗତି କାମନା କରିଥିଲେ।

ଏଥିରେ କିଟ୍ ଓ କିସ୍ ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ, କିସ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦେବାଶିଷ ବନ୍ଦୋପାଧ୍ୟାୟ, କିସ୍ ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼. ପ୍ରଶାନ୍ତ କୁମାର ରାଉତରାୟଙ୍କ ସମେତ କିସ୍ ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଉପସ୍ଥିତ ରହି ମୃତକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶ୍ରୀ ସାମନ୍ତ ଆତଙ୍କବାଦୀଙ୍କ ଏହି ବର୍ବର ଓ ଅମାନବିକ କାର୍ଯ୍ୟର ଦୃଢ ନିନ୍ଦା କରିବା ସହ ମୃତକଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଥିଲେ । କିସ୍ ବିଶ୍ଵବିଦ୍ୟାଳୟର ଗ୍ରୀଷ୍ମ ଅବକାଶରେ ଛାତ୍ରଛାତ୍ରୀମାନେ ନିଜ ନିଜ ଘରକୁ ଚାଲିଯିବା ପୂର୍ବରୁ ଆଜି ଏହି ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା।

ସେହିପରି କିଟ୍ ବିଶ୍ୱବିଦ୍ୟାଳୟରେ ବି ଆତଙ୍କବାଦୀ ଆକ୍ରମଣରେ ମୃତକମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଥିଲା। କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ, କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସରନଜିତ ସିଂହ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତିଙ୍କ ସମେତ କିଟ୍ ବିଶ୍ୱବିଦ୍ୟାଳୟର ୨ ହଜାର ଫାକଲଟି ୨ ମିନିଟ ନୀରବ ପ୍ରାର୍ଥନା କରି ମୃତକମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସେମାନଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ।

The post କିସ୍ ପକ୍ଷରୁ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତକମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ appeared first on KNews Odisha.